
ଭୁବନେଶ୍ୱର: ଓଡ଼ିଶାରେ ମେଟ୍ରୋ ଗଡ଼ିବା ନେଇ ଯେଉଁ ଅନିଶ୍ଚିତତା ଦେଖାଦେଇଛି ତାହା ସତ ବୋଲି ପ୍ରମାଣିତ ହୋଇଛି ଜ୍ଝ ବାସ୍ତବରେ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ ଆଜି ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି ଜ୍ଝ ମିଳିଥିବା ସୂଚନା ମୁତାବକ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଯାଇନାହିଁ ଜ୍ଝ ସଂସଦରେ ଏନେଇ ଉତ୍ତର ରଖିଛନ୍ତି ମନ୍ତ୍ରୀ ଜ୍ଝ ମନ୍ତ୍ରୀଙ୍କ କହିବା କଥା ଯେ କେନ୍ଦ୍ର ସରକାରଙ୍କ ପାଖକୁ ୧୭ଟି ପ୍ରସ୍ତାବ ବିଭିନ୍ନ ରାଜ୍ୟରୁ ଆସିଛି ଜ୍ଝ ପ୍ରକଲ୍ପ ପାଇଁ କେନ୍ଦ୍ର ସରକାର ମଧ୍ୟ ଅନୁଦାନ ଦେଇଛନ୍ତି ଜ୍ଝ
ହେଲେ ଏଥିରେ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କୌଣସି ପ୍ରସ୍ତାବ ନାହିଁ ଜ୍ଝ ଅନ୍ୟପଟେ ଗତ ୧୬ ତାରିଖରେ ମେଟ୍ରୋ ପ୍ରକଳ୍ପ ନେଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂ ଦେଓ ଙ୍କ ଅଧ୍ୟକ୍ଷତାରେ ବସିଥିଲା ମନ୍ତ୍ରୀ ସ୍ତରୀୟ ବୈଠକ ଜ୍ଝ ନୂଆ ଢାଞ୍ଚାରେ ମେଟ୍ରୋ ପ୍ରକଳ୍ପ ନେଇ ଆଲୋଚନା ହୋଇଥିଲା ଜ୍ଝ ମେଟ୍ରୋ ରେଳ ପ୍ରକଳ୍ପ’ ଗମନାଗମନ ସେବାରେ କିଭଳି ନୂତନ ରୂପାନ୍ତରଣ ଆଣିବ ଓ ଏହି ମହତ୍ୱାକାଂକ୍ଷୀ ପ୍ରକଳ୍ପଟି ସମ୍ପୂର୍ଣ୍ଣ ଭାବରେ ସଫଳ ରୂପରେ କାର୍ୟ୍ୟାନ୍ବିତ କରିବା ପାଇଁ ବିଭିନ୍ନ ବିଭାଗ ମଧ୍ୟରେ କିପରି ସ୍ଥାୟୀ ସମନ୍ୱୟ ହେବ,ତାହା ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା।