ଓଡ଼ିଶାରେ ହେବ ୱାର୍ଲଡ ଆଥଲେଟିକ କଣ୍ଟିନେଣ୍ଟାଲ ଟୁର

ଭୁବନେଶ୍ବର: ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ କଣ୍ଟିନେଣ୍ଟାଲ ଟୁର (ବ୍ରୋଞ୍ଜ ଲେଭେଲ) । ଆସନ୍ତା ଅଗଷ୍ଟ ମାସ ୧୦ ତାରିଖ ଦିନ ଏହି ବିଶ୍ୱ ସ୍ତରୀୟ ପ୍ରତିଯୋଗିତାର ଆୟୋଜନ କରାଯିବ । ପ୍ରତିଯୋଗିତାରେ ୧୦ରୁ ଅଧିକ ଦେଶରୁ ୧୫୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀଙ୍କ ଅଂଶଗ୍ରହଣ କରିବେ । ଏନେଇ ସୂଚନା ଦେଇଛନ୍ତି କ୍ରୀଡ଼ାମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ । ଓଡ଼ିଶାରେ ବିଶ୍ୱ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାର ଆୟୋଜନ ହେବା ଆମ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି କ୍ରୀଡ଼ାମନ୍ତ୍ରୀ କହିଛନ୍ତି ।କ୍ରୀଡ଼ାମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ କହିଛନ୍ତି, ‘ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମରେ ବିଶ୍ୱ ସ୍ତରୀୟ ଆଥଲେଟିକ ପ୍ରତିଯୋଗିତାର ଆୟୋଜନ କରାଯିବ । ଓଡ଼ିଶାରେ ପ୍ରଥମ ଥର ପାଇଁ ଆସନ୍ତା ଅଗଷ୍ଟ ମାସ ୧୦ ତାରିଖ ଦିନ ୱାର୍ଲଡ଼ ଆଥଲେଟିକ୍ କଣ୍ଟିନେଣ୍ଟାଲ ଟୁର୍ (ବ୍ରୋଞ୍ଜ ଲେଭେଲ) ପ୍ରତିଯୋଗିତାର ଆୟୋଜନ କରାଯିବ ।କ୍ରୀଡ଼ାମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, “ଓଡ଼ିଶାରେ ପ୍ରଥମ ଥର ପାଇଁ ୱାଲର୍ଡ଼ ଆଥଲେଟିକ କଣ୍ଟିନେଣ୍ଟାଲ ଟୁରର ଆୟୋଜନ ହେବା ଗର୍ବ ଓ ଗୌରବର ବିଷୟ । ଏହି ପ୍ରତିଯୋଗିତାକୁ ସଫଳତାର ସହ ଆୟୋଜନ କରିବା ନିମନ୍ତେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ବିଶ୍ୱ ସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ପ୍ରଦାନ କରିବାରୁ ଆରମ୍ଭ କରି ପ୍ରତିଯୋଗିତାରେ ଭାଗ ନେଉଥିବା ଖେଳାଳୀମାନଙ୍କର ସୁରକ୍ଷିତ ରହଣି, ଆତିଥ୍ୟରୁ ନେଇ ଲଜିଷ୍ଟିକ୍ସ ପର୍ୟ୍ୟନ୍ତ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯାଉଛି । ଏଥିସହ ବିଶ୍ୱ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ କରିବାରେ ଓଡ଼ିଶା ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି । ଓଡ଼ିଶାର କ୍ରୀଡ଼ାବିତମାନେ ମଧ୍ୟ ନିକଟ ଅତୀତରେ ଆୟୋଜିତ ହୋଇଥିବା ବିଭିନ୍ନ ଅନ୍ତର୍ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ସଫଳତା ହାସଲ କରି ରାଜ୍ୟ ପାଇଁ ଗୌରବ ଅର୍ଜନ କରିଛନ୍ତି । ୱାଲର୍ଡ଼ ଆଥଲେଟିକ କଣ୍ଟିନେଣ୍ଟାଲ ଟୁର ପ୍ରତିଯୋଗିତାରେ ମଧ୍ୟ ଓଡ଼ିଶାର କ୍ରୀଡ଼ାବିତମାନେ ଭଲ ପ୍ରଦର୍ଶନ କରିବେ ।ୱାଲର୍ଡ଼ ଆଥଲେଟିକ କଣ୍ଟିନେଣ୍ଟାଲ ଟୁର ପ୍ରତିଯୋଗିତାରେ ଭାରତ ସମେତ ବହୁ ଦେଶର କ୍ରୀଡ଼ାବିତ୍‌ମାନେ ଅଂଶଗ୍ରହଣ କରିବେ । ଓଡ଼ିଶାରେ ଏହି ପ୍ରତିଯୋଗିତା ସଫଳତାର ସହ ଆୟୋଜନ କରାଯିବ । ଏହା କହିଛନ୍ତି ଆଥଲେଟିକ୍ସ ଫେଡ଼େରେସନ ଅଫ ଇଣ୍ଡିଆର ସେକ୍ରେଟାରୀ ଜେନେରାଲ ସନ୍ଦୀପ ମେହତା । କ୍ରୀଡ଼ା ଓ ଯୁବ ସେବା ବିଭାଗର ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା, ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର, ଆଥଲେଟିକ୍ସ ଫେଡ଼େରେସନ୍‌ ଅଫ ଇଣ୍ଡିଆର ଟ୍ରେଜେରର ବି.ଇ ସ୍ଟେନଲି ଜୋନ୍ସ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ