ଓଡ଼ିଶାରେ ୧୩ଟି ନୂତନ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଉଦଘାଟନ କଲେ ମୋଦୀ

ମାଲକାନଗିରି,:ଆଦିବାସୀ ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ଓ ଆବାସିକ ଶିକ୍ଷା ବ୍ୟବସ୍ଥାର ସମ୍ପ୍ରସାରଣ ଦିଗରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି । ଆଜି ମହାରାଷ୍ଟ୍ରର ଗଡ଼ଚିରୋଲିଠାରୁ ଭର୍ଚୁଆଲ୍ ମାଧ୍ୟମରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ୭ଟି ଜିଲ୍ଲାରେ ନିର୍ମିତ ୧୩ଟି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଉଦ୍‌ଘାଟନ କରିଛନ୍ତି । ଏଥିସହ କନ୍ଧମାଳ ଜିଲ୍ଲାରେ ଆଉ ୩ଟି ନୂତନ ବିଦ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।

ଉଦ୍‌ଘାଟିତ ୧୩ଟି ବିଦ୍ୟାଳୟ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାର ବିଶୋଇ ଓ ଯଶୀପୁର, ନବରଙ୍ଗପୁର ଜିଲ୍ଲାର କୋଷାଗୁମୁଡ଼ା, ରାଇଘର ଓ ଉମରକୋଟ, ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା, କନ୍ଧମାଳ ଜିଲ୍ଲାର ତୁମୁଡ଼ିବନ୍ଧ, କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁର, କୋରାପୁଟ ଜିଲ୍ଲାର ବୈପାରୀଗୁଡ଼ା, ମୟୂରଭଞ୍ଜ ଜିଲ୍ଲାର ସାରସକଣା ଏବଂ ରାୟଗଡ଼ା ଜିଲ୍ଲାର ରାମନାଗୁଡ଼ା, କଲ୍ୟାଣସିଂହପୁର ଓ ପଦ୍ମପୁର ସାମିଲ ଅଛି।

ସେହିପରି କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି, କେ.ନୂଆଗାଁ ଓ କୋଟଗଡ଼ଠାରେ ଆଉ ୩ଟି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।ଏହି ଅବସରରେ ସମ୍ପୃକ୍ତ ଜିଲ୍ଲାଗୁଡ଼ିକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସ୍ଥାନରେ କାର୍ୟ୍ୟକ୍ରମ ଆୟୋଜନ କରାଯାଇଥିଲା । ଉକ୍ତ କାର୍ୟ୍ୟକ୍ରମଗୁଡ଼ିକରେ ସ୍ଥାନୀୟ ଜନପ୍ରତିନିଧି, ପ୍ରଶାସନିକ ଅଧିକାରୀ ଓ ଅନ୍ୟାନ୍ୟ ଅଂଶୀଦାରମାନେ ଉପସ୍ଥିତ ରହିଥିଲେ। ଏହି ପଦକ୍ଷେପ ରାଜ୍ୟର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଆବାସିକ ଶିକ୍ଷା ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ଆଦିବାସୀ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା, ସମାନ ସୁଯୋଗ ଓ ଉନ୍ନତ ଶିକ୍ଷଣ ପରିବେଶ ଯୋଗାଇଦେବାରେ ସହାୟକ ହେବ।

  • Related Posts

    ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    ଭୁବନେଶ୍ୱର ୧୭/୧୧/୨୦୨୬ : ଓଡ଼ିଶାରେ ଗ୍ରାମୀଣ ବିକାଶକୁ ଆଗକୁ ବଢ଼ାଇବା ପାଇଁ ନିଜର ପ୍ରତିବଦ୍ଧତାକୁ ଆହୁରି ସୁଦୃଢ଼ କରି, ବେଦାନ୍ତ ଆଲୁମିନିୟମ ମେଟାଲ ଲିମିଟେଡ୍ (ଭିଏଏମଏଲ୍), ଲାଞ୍ଜିଗଡ଼, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ଏହାର କାର୍ଯ୍ୟକ୍ଷେତ୍ର ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଇନ୍ଧନ-ଦକ୍ଷ ଚୁଲା…

    Continue reading
    ସୋଆ କପ୍‌ ୨୦୨୬ ଉଦ୍‌ଘାଟିତ

    ଭୁବନେଶ୍ୱର, ୧୭/୧୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ବାର୍ଷିର୍କ କ୍ରୀଡା ଉତ୍ସବ ‘ସୋଆ କପ୍‌’ ମଙ୍ଗଳବାର ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ୫ ସୋଆ ଷ୍ଟାଡିୟମ୍‌ ଠାରେ ଉଦ୍‌ଘାଟିତ ହୋଇଯାଇଛି । ପ୍ରାୟ ୧ ମାସରୁ ଊଦ୍ଧ୍ୱର୍ ଦିନ ଧରି ଚାଲିବାକୁ ଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !