ନୂଆଦିଲ୍ଲୀ/ଭୁବନେଶ୍ୱର, ଅଗଷ୍ଟ ୧୨ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଆଜି ଓଡ଼ିଶା, ପଞ୍ଜାବ ଏବଂ ଆନ୍ଧ୍ରପ୍ରଦେଶରେ ୪୬୦୦ କୋଟି ଟଙ୍କା ବ୍ୟୟରେ ୪ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍କୁ ଅନୁମୋଦନ ମିଳିଛି, ଯାହାକୁ ସ୍ୱାଗତ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଶେଷ ଭାବରେ ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ ପ୍ରତିଷ୍ଠା କରିବା ପାଇଁ ୨୨୫୦ କୋଟି ଟଙ୍କାର ଉପହାର ଦେଇଥିବାରୁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଓଡ଼ିଶାର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ସେମିକଣ୍ଡକ୍ଟର କ୍ଷେତ୍ରରେ ଓଡ଼ିଶାକୁ ମୋଦିଜୀଙ୍କ ୨୨୫୦ କୋଟି ଟଙ୍କାର ଉପହାର- ଧର୍ମେନ୍ଦ୍ର ପ୍ରଧାନ
• ପୂର୍ବ ଭାରତ ମିଶନରେ ଐତିହାସିକ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଓଡ଼ିଶାର ବିଭାଗୀୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ଧନ୍ୟବାଦ
• ଭୁବନେଶ୍ୱରରେ ଏକ କମ୍ପାଉଣ୍ଡ ସେମିକଣ୍ଡକ୍ଟର ଫାବ୍ ଏବଂ ଏଟିଏମପି ୟୁନିଟ୍ ଏବଂ ଖୋର୍ଦ୍ଧାର ଇନଫୋ ଭ୍ୟାଲିରେ ଥ୍ରୀଡି ଗ୍ଲାସ ୟୁନିଟ୍ ପ୍ରତିଷ୍ଠା ହେବ
• ଡବଲ ଇଞ୍ଜିନ ସରକାରର ପ୍ରୟାସ କାରଣରୁ ନ୍ୟୁ ଏଜ୍ ଇକୋନୋମୀ ଦୁନିଆରେ ଓଡ଼ିଶା ଯୋଡିହେଲା
• ଏହି ୟୁନିଟ୍ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ୫୦ ଭାଗ, ଓଡ଼ିଶା ସରକାର ୨୫ ଭାଗ ଏବଂ ନିବେଶକ ୨୫ ଭାଗ ଆର୍ଥିକ ସହାୟକା ପ୍ରଦାନ କରିବେ
• ଓଡ଼ିଶାରେ ସେମିକଣ୍ଡକ୍ଟର ଦୁନିଆରେ ଆନ୍ସିଲାରୀ ଇଣ୍ଡଷ୍ଟ୍ରିର ଓଡ଼ିଶାର ନୂଆ ପରିଚୟ ହେବ
• ଆମଦାନୀ ନିର୍ଭରଶୀଳତା ହ୍ରାସ କରି ଓଡ଼ିଶାର ସେମିକଣ୍ଡକ୍ଟର ଇକୋସିଷ୍ଟମକୁ ବୃଦ୍ଧି କରିବ
• ଓଡ଼ିଶାରେ ପାଖାପାଖି ୧୫୦୦ ପ୍ରତ୍ୟକ୍ଷ ନିଯୁକ୍ତି ଏବଂ ହଜାର ହଜାର ପରୋକ୍ଷ ନିଯୁକ୍ତି ସୃଷ୍ଟି ହେବ, ଅର୍ଥନୀତିକୁ ବଡ ଗତି ମିଳିବ
ଆଜିର ପଦକ୍ଷେପ ଡବଲ ଇଞ୍ଜିନ ସରକାରର ପ୍ରତିଫଳନ । ଏହା ଦ୍ୱାରା ସେମିକଣ୍ଡକ୍ଟର ବିଶେଷ ଭାବରେ ଅଟୋମୋବାଇଲ୍ ଓ ପ୍ରତିରକ୍ଷା କ୍ଷେତ୍ରରେ ସେମିକଣ୍ଡକ୍ଟରର ବହୁଳ ବ୍ୟବହାର ହେବ । ଦୁଇ ବର୍ଷ ମଧ୍ୟରେ ଏହି ୟୁନିଟରୁ ବାଣିଜ୍ୟିକ ଉତ୍ପାଦନ ଆରମ୍ଭ ହେବ ହେବ ବୋଲି ଆଶା କରାଯାଉଛି । ଏହି କ୍ଷେତ୍ର ଇଲେକ୍ଟ୍ରୋନିକ୍ସ ଉତ୍ପାଦନରେ ଘରୋଇ ମୂଲ୍ୟ ବୃଦ୍ଧି ଏବଂ ଆମଦାନୀ ନିର୍ଭରଶୀଳତା ହ୍ରାସ କରି ଓଡ଼ିଶାର ସେମିକଣ୍ଡକ୍ଟର ଇକୋସିଷ୍ଟମକୁ ବୃଦ୍ଧି କରିବ ବୋଲି ଆଶା କରାଯାଉଛି । ଏହି ଦୁଇ ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ଦ୍ୱାରା ଓଡ଼ିଶାରେ ପାଖାପାଖି ୧୫୦୦ ପ୍ରତ୍ୟକ୍ଷ ନିଯୁକ୍ତି ଏବଂ ହଜାର ହଜାର ପରୋକ୍ଷ ନିଯୁକ୍ତି ସୃଷ୍ଟି ହେବ । ସେମିକଣ୍ଡକ୍ଟର କ୍ଷେତ୍ରରେ ଆନ୍ସିଲାରି ଇଣ୍ଡଷ୍ଟ୍ରିରେ ବ୍ୟାପକ ଅଭିବୃଦ୍ଧି ହେବ । ଏହା ଦ୍ୱାରା ଓଡ଼ିଶାର ଅର୍ଥନୀତିକୁ ବଡ ଗତି ମିଳିବ ବୋଲି ଧର୍ମେନ୍ଦ୍ର ପ୍ରଧାନ ମତପ୍ରକାଶ କରିଛନ୍ତି ।
ବନ୍ଦ ହେଲା ବିଧାନସଭା: ବର୍ଷିଲା ବିଜେଡି
ଭୁବନେଶ୍ବର: ରାତି ଆଧରେ ଆକସ୍ମିକ ବନ୍ଦ ହେଲା ବିଧାନସଭା । ଶେଷ କାର୍ୟ୍ୟ ଦିବସ ପୂର୍ବରୁ ଗୃହ କାର୍ୟ୍ୟ ବନ୍ଦ । ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ…




