ଓଡ଼ିଶାରେ ୨ ଦିନିଆ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ ଉଦ୍‌ଘାଟିତ

ଭୁବନେଶ୍ୱର,29।08: ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ଲୋକସଭାର ବାଚସ୍ପତି ଓମ୍ ବିର୍ଲା। ଅଗଷ୍ଟ ୨୯ ଏବଂ ୩୦ରେ ଏହି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେଉଛି। ୧୯୯୪ ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ କୌଣସି ସଂସଦୀୟ କମିଟିର ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଜଣେ ଅଧ୍ୟକ୍ଷ, ୫ ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗଦେଇଛନ୍ତି। ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ଜଣ ସଦସ୍ୟ ଯୋଗଦେଇଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଏବଂ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସଂସଦୀୟ ସମିତିର ଅଧ୍ୟକ୍ଷ ଡକ୍ଟର ଫଗନ ସିଂହ କୁଲସ୍ତେ, କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ୍ ଓ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି। ଏଥିରୁ ସାରା ଦେଶରୁ ୨୪୦ରୁ ଅଧିକ ଜଣ ପ୍ରତିନିଧି ଯୋଗ ଦେଇଛନ୍ତି। ଏହି ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା। ଯାହା ସମ୍ପର୍କରେ ଆଲୋଚନା ହେବ। ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସମେତ ରାଜ୍ୟ ମନ୍ତ୍ରୀମାନେ ଉଦବୋଧନ ଦେବେ। ଦୁଇ ଦିନ ଧରି ଲୋକସେବା ଭବନ କନଭେନସନରେ ଏହି ସମ୍ମିଳନୀ ଆୟୋଜିତ ହେଉଛି। ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯିବ। ଓଡ଼ିଶାର ହସ୍ତଶିଳ୍ପ, କାରିଗରୀ, ସଂସ୍କୃତି ଓ କଳାକୁ ନେଇ ଏକ ପ୍ରଦର୍ଶନୀ ସହ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଉଦଯାପନୀ ପରେ ପ୍ରତିନିଧିମାନଙ୍କୁ କୋଣାର୍କ ସହ ଶ୍ରୀଜଗନ୍ନାଥ ଦର୍ଶନ କରାଯିବ।
ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଏବଂ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସଂସଦୀୟ ସମିତିର ଅଧ୍ୟକ୍ଷ ଡକ୍ଟର ଫଗନ ସିଂହ କୁଲସ୍ତେ, କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ୍ ଓ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି। ଏଥିରୁ ସାରା ଦେଶରୁ ୨୪୦ରୁ ଅଧିକ ଜଣ ପ୍ରତିନିଧି ଯୋଗ ଦେଇଛନ୍ତି। ଏହି ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା। ଯାହା ସମ୍ପର୍କରେ ଆଲୋଚନା ହେବ। ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସମେତ ରାଜ୍ୟ ମନ୍ତ୍ରୀମାନେ ଉଦବୋଧନ ଦେବେ। ଦୁଇ ଦିନ ଧରି ଲୋକସେବା ଭବନ କନଭେନସନରେ ଏହି ସମ୍ମିଳନୀ ଆୟୋଜିତ ହେଉଛି। ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯିବ। ଓଡ଼ିଶାର ହସ୍ତଶିଳ୍ପ, କାରିଗରୀ, ସଂସ୍କୃତି ଓ କଳାକୁ ନେଇ ଏକ ପ୍ରଦର୍ଶନୀ ସହ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଉଦଯାପନୀ ପରେ ପ୍ରତିନିଧିମାନଙ୍କୁ କୋଣାର୍କ ସହ ଶ୍ରୀଜଗନ୍ନାଥ ଦର୍ଶନ କରାଯିବ।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ