ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ସ୍ଥାନରେ ନୂଆ ରାଜ୍ୟପାଳ ହେବେ ଡଃ ହରିବାବୁ କମ୍ଭାମପତି। ମିଜେରାମର ରାଜ୍ୟପାଳ ଭାବେ କାର୍ୟ୍ୟରତ ଡଃ କମ୍ଭାମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ମିଳିଛି। ପୁଅଙ୍କ ବିବାଦୀୟ କାର୍ୟ୍ୟ ପାଇଁ ରଘୁବର ବିବାଦଘେରକୁ ଆସିଥିଲେ। ଗତବର୍ଷ ଅକ୍ଟୋବର ୧୮ତାରିଖରେ ରଘୁବରଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିଲା।

ସୂଚନା ଅନୁସାରେ, ମିଜୋରାମର ରାଜ୍ୟପାଳ ଡଃ କମ୍ଭାମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଡଃ କମ୍ଭାମପତି ୨୦୨୧ ଜୁଲାଇ ୧୯ତାରିଖରୁ ମିଜୋରାମର ରାଜ୍ୟପାଳ ଅଛନ୍ତି। ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିିତ ହୋଇଥିଲେ।
୧୯୫୩ ମସିହା ଜୁନ୍ ୧୫ତାରିଖରେ ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଜିଲ୍ଲାର ଟିମାସମୁଦ୍ରମ ଗାଁରେ ଜନ୍ମିତ କମ୍ଭାମପତି ଆନ୍ଧ୍ରପ୍ରଦେଶ ବିଶ୍ୱବିଦ୍ୟାଳୟରୁ ଇଲେକ୍ଟ୍ରିକାଲ ଆଣ୍ଡ କଂଟ୍ରୋଲ ସିଷ୍ଟମରେ ମାଷ୍ଟର ଡିଗ୍ରୀ ଓ କଂଟ୍ରୋଲ ସିଷ୍ଟମରେ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ୟୁନିର୍ଭସିଟି ଇଞ୍ଜିନିୟରିଂ କଲେଜରେ ୨୪ବର୍ଷ ଧରି ଆସୋସିଏଟ୍ ପ୍ରଫେସର ଭାବେ କାର୍ୟ୍ୟ କରିଥିଲେ।

  • Related Posts

    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading
    ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

    ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପରିପ୍ରେକ୍ଷୀରେ ମଙ୍ଗଳବାର ଦିନ ସକାଳେ ଲୋକ ଭବନରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ମାନ୍ୟବର ରାଷ୍ଟ୍ରପତିଙ୍କୁ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ