ଓଡ଼ିଶାର ମହାନ ମାଟି ହେଉଛି ଭାରତର ସମୃଦ୍ଧିର ପ୍ରତୀକ:ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଜନତା ମୈଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଆନୁଷ୍ଠାନିକ ଭାବେ ଆଜି ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜନତା ମଇଦାନରେ ଧାର୍ୟ୍ୟ ସମୟ ପୂର୍ବାହ୍ନ ୧୦ଟାରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ବୈଦେଶୀକ ମନ୍ତ୍ରୀ ଏସ ଜୟଶଙ୍କର ମଧ୍ୟ ଉପସ୍ଥିତ ରହିଛନ୍ତି । ଏହାସହ ରାଜ୍ୟ ମନ୍ତ୍ରିମଣ୍ଡଳ ସଦସ୍ୟମାନେ କାର୍ୟ୍ୟକ୍ରମରେ ସାମିଲ ରହିଛନ୍ତି । ବହୁ ସଂଖ୍ୟାରେ ପ୍ରବାସୀ ଭାରତୀୟମାନେ ମଧ୍ୟ ଏହି କାର୍ୟ୍ୟକ୍ରମରେ ଉପସ୍ଥିତ ଅଛନ୍ତି । ସମସ୍ତ ପ୍ରବାସୀ ଅତିଥୀଙ୍କୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିବା ସହ ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ।ପ୍ରବାସୀ ଭାରତୀୟ ସମ୍ମିଳନୀକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ” ଓଡ଼ିଶାର ମହାନ ମାଟି ହେଉଛି ଭାରତର ସମୃଦ୍ଧିର ପ୍ରତୀକ । ଓଡ଼ିଶାରେ ପ୍ରତିଟି ପାଦରେ ଐତିହାସିକ କୀର୍ତ୍ତିମାନ ରହିଛି । ଖଣ୍ଡଗିରି ଉଦୟଗିରି ଗୁମ୍ଫା ହେଉ ଅବା କୋଣାର୍କ ସୂର୍ୟ୍ୟ ମନ୍ଦିର ବା ତାମ୍ର ଲିପି ଦେଖିଲେ ଯେ କେହେବି ଗର୍ବ କରିବ । ପୂର୍ବରୁ ଓଡ଼ିଆମାନେ ଦୂରଦେଶକୁ ବାଣିଜ୍ୟ ପାଇଁ ଯାଉଥିଲେ । ଓଡ଼ିଶାରେ ବାଣିଜ୍ୟ କାରବାର ବାର୍ଲି, ସୁମାତ୍ରା, ଜାଭା ଯାଏଁ ହେଉଥିଲା । ଯାହାର ସମ୍ପୃତିରେ ବାଲିଯାତ୍ରା ଆୟୋଜନ ହେଉଛି । ଓଡିଶାରେ ରହିଛି ଧଉଳୀ ଶାନ୍ତିସ୍ତୁପ । ଯାହା ଶାନ୍ତିର ବଡ଼ ପ୍ରତୀକ । ଦୁନିଆରେ ଯେତେବେଳେ ତଲୱାରର ବଳରେ ସାମ୍ରାଜ୍ୟ ବୃଦ୍ଧି କରାଯାଉଥିଲା, ସେହି ସମୟରେ ସମ୍ରାଟ ଅଶୋକ ଶାନ୍ତିର ରାସ୍ତା ବାଛିଥିଲେ । ଏହିସବୁ ପ୍ରେରଣା ଦ୍ବାରା ଆଜି ଭାରତ ଦୁନିଆକୁ କହିପାରୁଛି ଯେ, ଭବିଷ୍ୟତ ଯୁଦ୍ଧରେ ନୁହେଁ, ବୁଦ୍ଧରେ ଅଛି । ଓଡ଼ିଶା ମାଟିରେ ଆପଣଙ୍କୁ ସ୍ବାଗତ କରିବା ମୋ ପାଇଁ ଗର୍ବର ବିଷୟ । “

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ