ଓଡ଼ିଶାର ୩୪ ଖଣି ହେବ ନିଲାମ

ଭୁବନେଶ୍ୱର: ଆଗାମୀ ଦିନରେ ରାଜ୍ୟରେ ୩୪ଟି ଖଣି ନିଲାମ କରାଯିବ । ଲୁହାପଥର, ବକ୍ସାଇଟ୍, ମାଙ୍ଗାନିଜ, ଚୂନପଥର, ତମ୍ୱା, ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥ ଖଣି ଓ ସୁନା ଖଣି ଆଦିକୁ ନିଲାମ କରାଯିବ । ଏହି ଖଣିଗୁଡ଼ିକ ମାଲାକାନଗିରି, ସୁବର୍ଣ୍ଣପୁର, କଳାହାଣ୍ଡି, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବଲାଙ୍ଗିର, ରାୟଗଡ଼ା, କୋରାପୁଟ, ନୂଆପଡ଼ା ଓ ନୟାଗଡ଼ ଜିଲ୍ଲାରେ ରହିଛି । ରାଜ୍ୟ ସରକାର ରାଜ୍ୟରେ ଥିବା ୨୫ଟି ଓ କେନ୍ଦ୍ର ସରକାର ୯ଟି ଖଣି ନିଲାମ କରିବେ । ଖଣି ଓ ଖଣିଜ (ବିକାଶ ଓ ନିୟାମକ) ନିୟମ ୨୦୧୫ ଅନୁସାରେ ୫୦ ବର୍ଷିଆ ଲିଜ୍ ଅବଧି ସହ ଏହି ଖଣିଗୁଡ଼ିକୁ ନିଲାମ କରାଯିବ । ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ଆସନ୍ତା ଆର୍ଥିକ ବର୍ଷରେ ନିଲାମ ହେବାକୁ ଥିବା ଖଣିଗୁଡ଼ିକ ମଧ୍ୟରୁ ୨୫ଟି ପ୍ରମୁଖ ଖଣିଜ ପଦାର୍ଥ ଥିବା ଖଣି ଓ ୯ଟି ହେଉଛି କ୍ରିଟିକାଲ୍ ମିନେରାଲ ଖଣି ରହିଛି ।

ବିଧାନସଭାରେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଥିଲେ ଯେ, ରାଜ୍ୟର ବିଭିନ୍ନ ସ୍ଥାନରେ ସୁନା, ହୀରା ଓ ମାଣିକ ଖଣି ଠାବ କରାଯାଇଛି । ମୟୂରଭଞ୍ଜ ଜିଲ୍ଲାର ମଦନସାହି-କାଞ୍ଜିଆ ଓ କେନ୍ଦୁଝର ଜିଲ୍ଲାର ଜଳଡିହ ସୁନା ଖଣିର ନିଲାମ କରିବାକୁ ସରକାର ଯୋଜନା ରଖିଛନ୍ତି । ଦେବଗଡ଼ର ଅଡସ-ରାମପଲ୍ଲୀରେ ଠାବ କରାଯାଇଥିବା ସୁନା ଖଣିର ମଧ୍ୟ ନିଲାମ କରାଯିବ । ନୟାଗଡ଼, ରାୟଗଡ଼ା ଓ ବଲାଙ୍ଗିରରେ ଗ୍ରାଫାଇଟ୍ ଖଣି, ଦେବଗଡ଼ରେ ସୁନା ଖଣି ନିଲାମ କରାଯିବ । ବିଭିନ୍ନ ଜାତୀୟ ଓ ରାଜ୍ୟସ୍ତରୀୟ ସଂସ୍ଥା ଏହି ଖଣିଗୁଡ଼ିକୁ ଠାବ କରିବା ସହ ଅନୁସନ୍ଧାନ କରିଛନ୍ତି । ୨୦୨୩ ପରଠାରୁ ରାଜ୍ୟରେ ଖଣି ନିଲାମ ହୋଇନଥିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ନିଲାମ ପାଇଁ ୩୦ଟି ଖଣିକୁ ପ୍ରସ୍ତୁତ କରିଥିଲେ । ସେଥିରୁ ୮ଟି ଖଣି ନିଲାମ ହୋଇଛି । ୧୨ଟି ଖଣିକୁ ନିଲାମ କରାଯାଉଥିବାବେଳେ ଖୁବ ଶୀଘ୍ର ଆଉ ୧୦ଟି ଖଣି ନିଲାମ କରାଯିବ ବୋଲି ସୂଚନା ମିଳିଛି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ