ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଖୁବଶୀଘ୍ର ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ବିଜେପି ସରକାରର ବର୍ଷେ ପୂର୍ତ୍ତି ଅବସରରେ ହେବାକୁ ଥିବା କାର୍ୟ୍ୟକ୍ରମରେ ଯୋଗ ଦେବେ ।
ଦୀର୍ଘ ବର୍ଷ ପରେ ରାଜ୍ୟରେ ବିଜେପି କ୍ଷମତାକୁ ଫେରିଛି । ୨୦୨୪ ଜୁନ୍‌ ୪ ତାରିଖ ଦିନ ଘୋଷଣା ହୋଇଥିବା ରାଜ୍ୟ ବିଧାନସଭା ନିର୍ବାଚନର ଫଳାଫଳ ଅନୁସାରେ ବିଜେପି ସରକାର ଗଢିଥିଲା । ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ଏକାକୀ ସରକାର ଗଢିଥିଲା । ୧୨ ଜୁନ୍‌ ୨୦୨୪ରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ ମାଝୀ । ଆଉ ଅନୁଷ୍ଠିତ ହୋଇଥିବା ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ନେତା । ଆଉ କିଛି ଦିନ ପରେ ରାଜ୍ୟରେ ବିଜେପି ସରକାରକୁ ଏକ ବର୍ଷ ପୂରଣ କରିବ । ଏଥିପାଇଁ ବିଜେପି ପକ୍ଷରୁ ବିଭିନ୍ନ କାର୍ୟ୍ୟକ୍ରମର ଆୟୋଜନା କରାଯାଇଛି । ଏହି କାର୍ୟ୍ୟକ୍ରମରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବାର କାର୍ୟ୍ୟକ୍ରମ ରହିଛି । ତେବେ କେବେ ଓ କେତେବେଳେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ । ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ