ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା

କୋରାପୁଟ: ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିବେ। ନୂଆଦିଲ୍ଲୀରୁ ବିଶାଖାପାଟଣା ଦେଇ ରାଜନାଥ ସିଂ ସିଧାସଳଖ ସୁନାବେଡ଼ାର ଟିଟିଏସ୍‌ ହେଲିପ୍ୟାଡରେ ପହଞ୍ଚିବେ।
ପ୍ରତିରକ୍ଷା ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭରତାକୁ ଆହୁରି ମଜବୁତ କରିବା ଲକ୍ଷ୍ୟରେ ରାଜନାଥ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ(ହାଲ)ର ସୁନାବେଡ଼ା ଡିଭିଜନ ପରିଦର୍ଶନ କରିବେ। ଏଠାରେ ଶକ୍ତି ଇଞ୍ଜିନ ସମ୍ପର୍କିତ ନୂତନ ଉତ୍ପାଦନ ଓ ଭିତ୍ତିଭୂମି ସୁବିଧାର ଉଦ୍‌ଘାଟନ ସହ ନୂତନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

ଗସ୍ତ ସମୟରେ ରାଜନାଥ ସିଂ ଶକ୍ତି ଇଞ୍ଜିନ ଉତ୍ପାଦନ ଲାଇନ, ପ୍ରମୁଖ କାର୍ଯ୍ୟକ୍ଷମ ୟୁନିଟ୍‌ ଓ ରକ୍ଷଣାବେକ୍ଷଣ ସୁବିଧା ଯାଞ୍ଚ କରିବେ। ଏଥିସହ ସୁଖୋଇ-୩୦ ଏମ୍‌କେଆଇ ଇଞ୍ଜିନ ନମ୍ବର ୨୦୦୦ ସମ୍ପର୍କିତ କାର୍ଯ୍ୟର ମଧ୍ୟ ସମୀକ୍ଷା କରିବେ। ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ହାଲର ବରିଷ୍ଠ ଅଧିକାରୀ ଓ ବୈଷୟିକ ବିଶେଷଜ୍ଞଙ୍କ ସହ ରାଜନାଥ ଆଲୋଚନା କରିବେ।

ଭବିଷ୍ୟତରେ ଦେଶର ଆତ୍ମନିର୍ଭର ପ୍ରତିରକ୍ଷା ଉତ୍ପାଦନ ଲକ୍ଷ୍ୟପୂରଣ ସହ ଉତ୍ପାଦନ କ୍ଷମତା ଓ ଆଧୁନିକରଣ ବୃଦ୍ଧି ନେଇ ଆଲୋଚନାରେ ଗୁରୁତ୍ୱ ଦିଆଯିବ। ପ୍ରତିରକ୍ଷାମନ୍ତ୍ରୀଙ୍କ ଏହି ଗ୍ରସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡ଼ା କରାଯାଇଥିବା ଏସ୍‌ପି ରୋହିତ ବର୍ମା ପ୍ରକାଶ କରିଛନ୍ତି।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ