ଓଡ଼ିଶା ଆସୁଛନ୍ତି ରେଳମନ୍ତ୍ରୀ

ଭୁବନଶ୍ୱର,: ୬ ତାରିଖରେ ପୁରୀ-କୋରାପୁଟ ଟ୍ରେନ ଓ ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସ ଶୁଭାରମ୍ଭ କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଦିନିକିଆ ଓଡ଼ିଶା ଗସ୍ତରେ ଆସି ଶ୍ରୀ ବୈଷ୍ଣବ ସକାଳ ୯ଟା ୨୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ପୂର୍ବତଟ ରେଳପଥ ମୁଖ୍ୟାଳୟରେ ପହଞ୍ଚି ଦିନ ୧୦ଟା ୩୦ରୁ ୧୧ଟା ୩୦ ପର୍ଯ୍ୟନ୍ତ ରାଜ୍ୟରେ ଚାଲିଥିବା ବିଭିନ୍ନ ରେଳ ପ୍ରକଳ୍ପର ସମୀକ୍ଷା କରିବେ। ପରେ ସଡ଼କ ପଥରେ ପୁରୀରେ ପହଞ୍ଚି ରଥଯାତ୍ରା ପାଇଁ ରେଳ ବିଭାଗ ପ୍ରସ୍ତୁତି ଯାଞ୍ଚ କରିବେ ।
ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ ପୁରୀ ରେଳ ଷ୍ଟେସନରୁ ପୁରୀ-କୋରାପୁଟ ଟ୍ରେନର ଶୁଭାରମ୍ଭ କରିବେ । ପୁରୀ ଛାଡ଼ିବା ପରେ ଖୋର୍ଦ୍ଧା ରୋଡ୍, ଭୁବନେଶ୍ୱର, ଢେଙ୍କାନାଳ, ତାଳଚେର, ଅନୁଗୁଳ, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, କେସିଙ୍ଗା, ରାୟଗଡ଼ା ପ୍ରମୁଖ ୨୩ଟି ଷ୍ଟେସନରେ ଏହି ଟ୍ରେନ୍ ରହିବ ।ପୁରୀରୁ ରେଳମନ୍ତ୍ରୀ ଟ୍ରେନରେ ବ୍ରହ୍ମପୁର ରେଳ ଷ୍ଟେସନ ଯିବେ । ସେଠାରେ ଅପରାହ୍ନ ୪ଟା ୩୦ରେ ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ । ଯାହା ବ୍ରହ୍ମପୁର ଓ ଉଧନା ମଧ୍ୟରେ ପଲାସା, ଶ୍ରୀକାକୁଲମ ରୋଡ୍, ବିଜୟନଗରମ, ବବିଲି, ପ୍ରଭାତୀପୁରମ, ରାୟଗଡ଼ା, ମୁନିଗୁଡ଼ା, କେସିଙ୍ଗା, ଟିଟିଲାଗଡ଼, କଣ୍ଟାବାଞ୍ଜି, ଖରିଆର ରୋଡ୍, ମହାସମୁନ୍ଦ, ଲାଖୋଲି, ରାୟପୁର, ଦୁର୍ଗ, ନାଗପୁର, ୱାର୍ଦ୍ଧା ପ୍ରମୁଖ ୩୫ଟି ଷ୍ଟେସନରେ ରହିବ ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ