ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ହାରିଲେ

ଭୁବନେଶ୍ୱର : ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ନିର୍ବାଚନ ହାରିବା ନିଶ୍ଚିତ ହୋଇସାରିଛି । ତେବେ ଗଣତି ଚାଲିଥିବାରୁ କେବଳ ଭୋଟ୍‌ ବ୍ୟବଧାନକୁ ହିଁ ଅପେକ୍ଷା ରହିଛି । ଓଡ଼ିଶାର ରାଜ୍ୟପାଳ ତଥା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ସାହୁଙ୍କ ସହ ସେ ଜାମସେଦପୁର ଇଷ୍ଟ ଆସନରୁ ଲଢେ଼ଇ କରୁଥିଲେ । କିନ୍ତୁ ୧୬ ରାଉଣ୍ଡ ସୁଦ୍ଧା ସେ ୩୫ ହଜାର ଭୋଟରେ ପଛରେ ରହିଛନ୍ତି । ଆଉ ୫ ରାଉଣ୍ଡରେ ସେତିକି ଭୋଟ୍‌ ଗଣତି ହେବାକୁ ବାକି ନଥିବାରୁ ଅଜୟ କୁମାର ହାରିସାରିଛନ୍ତି କହିଲେ ଭୁଲ୍‌ ହେବନାହିଁ ।

ସେ ହାରି ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ମଇଦାନକୁ ଓହ୍ଲାଇଥିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ସାହୁ । ତାଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ କଂଗ୍ରେସ ପ୍ରଭାରୀ ଅଜୟ କୁମାର । ପ୍ରଥମ ଥର ପାଇଁ ନିର୍ବାଚନ ଲଢୁଥିବା ପୂର୍ଣ୍ଣିମାଙ୍କୁ ବଡ଼ ସଫଳତା ମିଳିଛି । ଭୋଟ୍‌ ଗଣତି ଜାରି ରହିଥିଲେବି ପୂର୍ଣ୍ଣିମା ୮୪ ହଜାରରୁ ଉଦ୍ଧ୍ୱର୍ ଭୋଟ ପାଇଥିବାବେଳେ ୩୫ ହଜାରରୁ ଉଦ୍ଧ୍ୱର୍ ଭୋଟରେ ଆଗୁଆ ରହିଛନ୍ତି । କଂଗ୍ରେସ ପ୍ରାର୍ଥୀ ଅଜୟ କୁମାରଙ୍କୁ ପ୍ରାୟ ୪୮ ହଜାର ଭୋଟ ମିଳିଥିବାବେଳେ ସେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି । ଝାଡ଼ଖଣ୍ଡରେ କିନ୍ତୁ ପୁଣିଥରେ ହେମନ୍ତ ସୋରେନ୍‌ଙ୍କ ସରକାର ହେବାକୁ ଯାଉଛି । ପୂର୍ଣ୍ଣିମାଙ୍କ ପାଇଁ ରଘୁବର ମଧ୍ୟ ମଇଦାନକୁ ବାହାରିଥିଲେ । ବୋହୂଙ୍କର ବିଜୟ ପାଇଁ ସେ ରଣନୀତି କରିଥିଲେ । ରାଜ୍ୟପାଳ ହୋଇ ମଧ୍ୟ ସକ୍ରିୟ ନିର୍ବାଚନରେ ଅଂଶଗ୍ରହଣ କରୁଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଥିଲା ।

Related Posts

ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

ଭୁବନେଶ୍ଵର, ୦୮ / ୦୮: ଅଗଷ୍ଟ ୩୧ରେ ପ୍ରତିବର୍ଷ ଭଳି ପାଳିତ ହେବାକୁ ଯାଉଛି ସ୍ୱାୟତ୍ତ ଶାସନ ଦିବସ । ଏହି ଉପଲକ୍ଷେ ଅଗଷ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାକ୍‌ ଉତ୍ସବ ପାଳନ ସ୍ୱରୂପ ୧୧୫ଗୋଟି ପୌରପାଳିକାରେ ସପ୍ତାହବ୍ୟାପୀ ବିଭିନ୍ନ…

ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମୀକ୍ଷା କଲେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ଵର,୦୮/୦୮ (ଗର୍ବିିତ ଓଡିଆ ବ୍ୟୁରୋ):ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର , ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର…

Leave a Reply

Your email address will not be published. Required fields are marked *

You Missed

ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ ର ଟ୍ରାଏଲ ରନ୍‌ ସଫଳ

ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

ଉତ୍ତରପ୍ରଦେଶ ବିଧାନସଭାରେ ପ୍ରବେଶ କଲା ଏଆଇ

ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ୭ମୃତ

ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ