ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ

ଭୁବନେଶ୍ବର : ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ । ୨୦୦୮ ମସିହାରେ ନଗମା ଭୁବନେଶ୍ୱରର ମହମ୍ମଦ ନିଜାରୁଦ୍ଦିନଙ୍କୁ ପ୍ରେମ ବିବାହ କରିଥିଲେ । ୨୦୨୪ରେ ନଗମାଙ୍କ ଦୀର୍ଘ ମିଆଦୀ ଭିସା ଅବଧି ସରିଥିଲା । ସେ ଏକ୍ସିଟ୍ ପରମିଟ୍ ଆବେଦନ କରିଥିଲେ । ଅତଙ୍କୀ ଆକ୍ରମଣ ପରେ ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ ନୋଟିସ୍ ଦିଆଯାଇଥିଲା । ନୋଟିସ୍ ପରେ ସେ ଭୁବନେଶ୍ୱର ଛାଡିଛନ୍ତି ।

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ ମୁତାବକ ଓଡ଼ିଶାରେ ରହୁଥିବା ୧୨ ଜଣ ପାକିସ୍ତାନୀ ନାଗରିକଙ୍କୁ ଦେଶ ଛାଡ଼ିବା ନୋଟିସ୍ ଜାରି ପ୍ରକ୍ରିୟା ଆରମ୍ଭ ହୋଇଛି । ଲକ୍ଷ୍ମୀସାଗର ଥାନା ବିଜେବି ନଗରରେ ରହୁଥିବା ୫୩ ବର୍ଷୀୟ ନଗମା ୟୁସୁଫ୍‌ଙ୍କୁ ମଧ୍ୟ ପୋଲିସ ନୋଟିସ୍‌ ଜାରି କରିଥିଲା । ଭାରତ ଛାଡ଼ି ତୁରନ୍ତ ପାକିସ୍ତାନ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି । ନୋଟିସ୍‌ ପାଇବା ପରେ ନଗମା ପାକିସ୍ତାନ ଯିବାକୁ ପ୍ରସ୍ତୁତ ହୋଇଛନ୍ତି । ଏହି ଖବର ତାଙ୍କ ପରିବାରରେ ଦୁଃଖର କଳାବାଦଲ ଖେଳାଇ ଦେଇଛି ।

୧୯୭୧ରେ ପାକିସ୍ତାନରେ ନଗମାଙ୍କ ଜନ୍ମ । ନଗମାଙ୍କ ପରିବାରର କିଛି ସଦସ୍ୟ ଦୁବାଇରେ କାମ କରୁଥିଲେ । ଦୁବାଇରେ ଶ୍ରମିକ ଭାବେ କାମ କରିବାକୁ ଯାଇଥିଲେ ବିଜେବି ନଗରରେ ରହୁଥିବା ମହମ୍ମଦ ନିଜାରୁଦ୍ଦିନ । ସେଠାରେ ତାଙ୍କ ପରିବାର ଲୋକଙ୍କ ସହ ୨୦୦୫ରେ ପରିଚୟ ହୋଇଥିଲା । ନିଜାରୁଦ୍ଦିନଙ୍କର ଅଳ୍ପଦିନ ମଧ୍ୟରେ ନଗମାଙ୍କ ପରିବାର ଲୋକଙ୍କ ସହ ଉତ୍ତମ ସମ୍ପର୍କ ଗଢ଼ି ଉଠିଥିଲା । ନଗମା ୨୦୦୭ରେ ଦୁବାଇ ଆସିଥିଲେ । ସେଠାରେ ନିଜାରୁଦ୍ଦିନ ସହ ତାଙ୍କର ଦେଖା ହୋଇଥିଲା । ପ୍ରଥମେ ଦେଖାରେ ନିଜାରୁଦ୍ଦିନଙ୍କ ସହ ପ୍ରେମ ହୋଇଥିଲା । ଉଭୟ ବାହା ହେବାକୁ ମନସ୍ଥ କରି ପରିବାର ଲୋକଙ୍କୁ ଅବଗତ କରାଇଥିଲେ । ୨୦୦୮ରେ ଉଭୟଙ୍କ ବାହାଘର ହୋଇଥିଲା । ସେବେ ଠାରୁ ନଗମା ଦୀର୍ଘକାଳୀନ ଭିସା (ଏଲ୍‌ଟିଭି)ରେ ଓଡ଼ିଶାରେ ରହୁଛନ୍ତି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ