ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁଛି । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ଛୁଇଁଛି ।ତେବେ ଚଳିତ ବର୍ଷ ମୌସୁମୀ ସଅଳ ଓଡ଼ିଶା ଛୁଇଁବା ଏକପ୍ରକାରର ରେକର୍ଡ ବୋଲି କୁହାଯାଉଛି । ୧୯୯୯ ମସିହାରେ ମେ ୨୮ ତାରିଖ ଦିନ ମୌସୁମୀ ଓଡ଼ିଶା ଛୁଇଁଥିଲା । ସେହିପରି ୨୦୦୯ ମେ ୨୫ ତାରିଖରେ ମୌସୁମୀ ଓଡ଼ିଶା ଛୁଇଁଥିଲା ।

ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମୌସୁମୀ ଋତୁର ପ୍ରଥମ ଲଘୁଚାପ ଆଗାମୀ ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ। ଉତ୍ତର ପଶ୍ଚିମ ବଙ୍ଗୋସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ରମଶଃ ଉତ୍ତର ଦିଗକୁ ଗତି କରି ଘନୀଭୂତ ହୋଇ ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯାହା ଫଳରେ ରାଜ୍ୟରେ ୩୧ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ଜାରି ରହିବ।
ମୌସୁମୀ ଋତୁର ପ୍ରଥମ ଲଘୁଚାପ ପ୍ରଭାବରେ ଆସନ୍ତା ୩-୪ଦିନ ପର୍ୟ୍ୟନ୍ତ ରାଜ୍ୟରେ ଭଲ ବର୍ଷା ହେବ। ଅନ୍ୟପଟେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହେବାକୁ ଥିବାରୁ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ୟ୍ୟାଳୟ ପକ୍ଷରୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳ ସାଢ଼େ ୮ଟାରେ ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହି ଲଘୁଚାପ ଧୀରେଧୀରେ ଉତ୍ତର ଦିଗ ଆଡ଼କୁ ଗତି କରି ଅଧିକ ଘନୀଭୂତ ହୋଇଛି। ଏହା ପ୍ରଭାବରେ ଆଗାମୀ ୩-୪ ଦିନ ଯାଏଁ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ