ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି:ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର :ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି। ଶିଳ୍ପ ବିକାଶ ପାଇଁ ଏଠାରେ ଅପାର ସୁଯୋଗ ରହିଛି। ବିଦେଶ ଗସ୍ତ କରି ନିବେଶକଙ୍କୁ ଆକୃଷ୍ଟ କରିବାକୁ ଉଦୟମ କରିଛି। ଏହାର ସୁଫଳ ଆଜି ମିଳିବାକୁ ଯାଉଛି। ସିଙ୍ଗଲ ୱିଣ୍ଡୋ ମଞ୍ଜୁରୀ ଜରିଆରେ ପ୍ରତିବନ୍ଧକ ଦୂର କରିଛୁ। ଆପଣଙ୍କୁ ପୁଞ୍ଜି ନିବେଶ ପାଇଁ ଆମନ୍ତ୍ରଣ କରୁଛି। ଭାରତକୁ ୩ୟ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର ଆହ୍ଵାନରେ ସାମିଲ ହେବୁ।
ଭୁବନେଶ୍ଵର ଜନତା ମଇଦାନରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍-୨୦୨୫ ଉଦଘାଟିତ। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିବେଶକ ମହାକୁମ୍ଭରେ ପ୍ରଧାନମନ୍ତ୍ରୀ ଏବଂ ନିବେଶକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ଵାଗତ କରିଛନ୍ତି। ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରି କହିଛନ୍ତି ଯେ, ଆଜି ଆମ ପାଇଁ ଗର୍ବ ଓ ଗୌରବର ଦିନ। ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଉତ୍କର୍ଷ ଓଡ଼ିଶାର ଶୁଭାରମ୍ଭ ହେଉଛି। ୭ ମାସ ମଧ୍ୟରେ ପ୍ରଧାନମନ୍ତ୍ରୀ ୫ ଥର ଓଡ଼ିଶା ଗସ୍ତ କରିଛନ୍ତି। ଏହା ହିଁ ଓଡ଼ିଶା ପ୍ରତି ତାଙ୍କର ଭଲପାଇବା। ସବୁ ଗସ୍ତରେ ଆପଣ ଓଡ଼ିଶାକୁ କିଛି ନା କିଛି ଉପହାର ଆଣି ଆସିଥାନ୍ତି ଏବଂ ଆଜି ଆମ ପାଇଁ ବିଶେଷ ମୁହୂର୍ତ୍ତ । ଆଜି ଯେଉଁ ଉପହାର ଆଣି ଆସିଛନ୍ତି ତାହା ଆମ ଓଡ଼ିଶାର ଦିଶା ବଦଳାଇ ଦେବ। ପୂର୍ବୋଦୟ ଢାଞ୍ଚାର ଆଜି ଶୁଭାରମ୍ଭ ହେବ। ଆପଣଙ୍କ ଉପସ୍ଥିତି ପୁଞ୍ଜି ନିବେଶକାରୀଙ୍କ ମନୋବଳ ବଢାଇବ।
ଶିଳ୍ପ କ୍ଷେତ୍ରରେ ଓଡ଼ିଶା ଦେଶର ଡ୍ରାଇଭିଂ ଇଞ୍ଜିନ । ସିଙ୍ଗାପୁର ରାଷ୍ଟ୍ରପତି ଓଡ଼ିଶା ଆସିବା ଏବଂ ୮ ଟି ଏମୟୁ ସ୍ବାକ୍ଷର କରିବା ଆମ ପାଇଁ ବହୁତ ବଡ଼ କଥା। ସମସ୍ତ ଶିଳ୍ପପତିଙ୍କ ପାଇଁ ଓଡ଼ିଶାର ଦ୍ୱାର ସବୁବେଳେ ଖୋଲା ରହିଛି । ସମସ୍ତେ ଆସନ୍ତୁ ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରନ୍ତୁ। ମାଲକାନଗିରି, ରାୟଗଡା, କେନ୍ଦୁଝରରେ ଫୁଡ଼ ପ୍ରୋସେସିଂ ପାଇଁ ସମ୍ଭାବନା ରହିଛି। କେମିକାଲ ଓ ପେଟ୍ରୋ କେମିକାଲ, ଫାର୍ମା , ସେମିକଣ୍ଡକ୍ଟର, ଆଇଟି ଭଳି ସେକ୍ଟର ଗୁରୁତ୍ୱ ରହିଛି। ସ୍କିଲଡ୍ ଇନ୍ ଓଡ଼ିଶା ଭଳି ପଦକ୍ଷେପ ଆମେ ନେଇଛୁ। ସମସ୍ତେ ଆସନ୍ତୁ ଓଡ଼ିଶାରେ ପୁଞ୍ଜି ନିବେଶ କରନ୍ତୁ। ମୁଁ ସମସ୍ତଙ୍କୁ ସ୍ୱାଗତ କରୁଛି। ଏହା ପ୍ରକୃଷ୍ଠ ସମୟ। ଆପଣଙ୍କୁ ଓଡ଼ିଶା ସ୍ୱାଗତ କରୁଛି।

  • Related Posts

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ଭୁବନେଶ୍ୱର,୧୨।୮: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର…

    Continue reading
    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ଭୁବନେଶ୍ୱର-୧୨/୦୮: ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରାଜ୍ୟରେ ନବୀକରଣୀୟ ଶକ୍ତି ଉତ୍ପାଦନ ଏବଂ ସଂରକ୍ଷଣ, ବିଶେଷକରି ବ୍ୟାଟେରୀ ଶକ୍ତି ସଂରକ୍ଷଣ ପ୍ରଣାଳୀ ଉପରେ ଏକ ବୈଠକର ଅଧ୍ୟକ୍ଷତା କରିଛନ୍ତି। ଷ୍ଟ୍ରିଟ୍ ଲାଇଟ୍ ବିଷୟରେ ମଧ୍ୟ ଆଲୋଚନା କରାଯାଇଛି। ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ