ଓଡ଼ିଶା ଫେରିଲା ଜିନ୍ନତ

ଭୁବନେଶ୍ୱର: ଓଡ଼ିଶା ଫେରିଲା ବାଘୁଣୀ ଜିନ୍ନତ । ଏନଟିସିଏ ଛାଟ ପରେ ପଶ୍ଚିମବଙ୍ଗ ଆଲିପୁର ଚିଡ଼ିଆଖାନାରୁ ବିଳମ୍ବିତ ରାତିରେ ଓଡ଼ିଶା ଫେରିଛି ଜିନ୍ନତ। ବନବିଭାଗ ପକ୍ଷରୁ ସ୍ବତନ୍ତ୍ର ଗାଡିରେ ପାଇଲଟିଂ କରି ଜିନ୍ନତକୁ ଓଡ଼ିଶା ଅଣାଯାଇଛି । ଓଡ଼ିଶାରେ ପହଞ୍ଚିବା ପରେ ଜିନ୍ନତକୁ ଶିମିଳିପାଳ ଦକ୍ଷିଣ ଡିଭିଜନର ସଫ୍ଟ ଏନକ୍ଲୋଜରରେ ଛଡାଯାଇଛି ।୨ ଦିନ ତଳେ ପଶ୍ଚିମବଙ୍ଗ ବାଙ୍କୁରାରେ ଜିନତକୁ ଟ୍ରାଙ୍କୁଲାଇଜ୍ କରାଯିବା ପରେ ସ୍ୱାସ୍ଥ୍ୟ ପରୀକ୍ଷା ନିମନ୍ତେ ଆଲିପୁର ଚିଡ଼ିଆଖାନା ନିଆଯାଇଥିଲା। ଏହାକୁ ନେଇ ହରଡ଼ଘଣାରେ ପଡିଥିଲା ପଶ୍ଚିମବଙ୍ଗ ବନବିଭାଗ।

ବାଘୁଣୀକୁ କାହିଁକି ଓଡ଼ିଶା ନ ପଠାଇ ଆଲିପୁର ଚିଡ଼ିଆଖାନାକୁ ପଠାଗଲା, ସେ ନେଇ ପ୍ରଶ୍ନ ଉଠାଇଥିଲେ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ- ଏନଟିସିଏ। ଏ ନେଇ ଏନଟିସିଏ ପକ୍ଷରୁ ପଶ୍ଚିମବଙ୍ଗର ଚିଫ୍ ୱାଇଡଲାଇଫ୍ ୱାର୍ଡେନଙ୍କୁ ଚିଠି କରାଯାଇଥିଲା। ଏଥିସହ ଏସଓପି ଅନୁସାରେ ତୁରନ୍ତ ବାଘୁଣୀକୁ ଓଡ଼ିଶା ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ଏନଟିସିଏ । ଏହାପରେ ଗତ ରାତିରେ ଏକ ସ୍ୱତନ୍ତ୍ର ଗାଡିରେ ଶିମିଳିପାଳରେ ପହଞ୍ଚିଛି ଜିନ୍ନତ ।ଶିମିଳିପାଳ ଅଭୟାରଣ୍ୟରେ କିଛି ଦିନ ଘୁରି ବୁଲିବା ପରେ ଜଙ୍ଗଲୀ ରାସ୍ତା ଦେଇ ଝାରଖଣ୍ଡ ପଳାଇ ଯାଇଥିଲା ‘ଜିନ୍ନତ’ । ଝାଡ଼ଖଣ୍ଡରେ କିଛି ଦିନ ରହିବା ପରେ ସେ ପଶ୍ଚିମବଙ୍ଗ ପଳାଇ ଯାଇଥିଲା। ସେଠାରେ ବାଙ୍କୁରାରେ ବୁଲୁଥିବା ବେଳେ ଗତ ରବିବାର ତାକୁ ଟ୍ରାଙ୍କୁଲାଇଜ୍‌ କରାଯାଇଥିଲା। ଏହାପରେ ସ୍ୱାସ୍ଥ୍ର ପରୀକ୍ଷା ନିମନ୍ତେ ତାକୁ ଆଲିପୁର ଚିଡ଼ିଆଖାନା ନିଆଯାଇଥିଲା। ତେବେ ଶିମିଳିପାଳ ନିଆ ନ ଯାଇ କ’ଣ ପାଇଁ ଆଲିପୁର ନିଆଗଲା ବୋଲି ପଚାରି ବର୍ଷିଛନ୍ତି ଏନଟିସିଏ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ