ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

ଭୁବନେଶ୍ୱର: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟ ଘଟଣାକୁ ନେଇ ଉଠୁଛି ପଡୁଛି ସାରା ରାଜ୍ୟ । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍ କରି ରାଜରାସ୍ତାକୁ ଓହ୍ଲାଉଇନ୍ତି। ସବୁ ବିରୋଧୀ ଦଳ ନ୍ୟାୟ ଦାବିରେ ହଲ୍ଲାବୋଲ କରୁଛନ୍ତି । ଆଜି ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ଓ ରାଜ୍ୟରେ ମହିଳାଙ୍କ ସମ୍ମାନ ଓ ସୁରକ୍ଷା ଦାବିରେ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ ରାଜନୈତିକ ଦଳ ।
ଦୋକାନ, ବଜାର, ଶିକ୍ଷାନୁଷ୍ଠାନ ସମେତ ସମସ୍ତ କାର୍ୟ୍ୟାଳୟ, ଅଦାଲତ, ବ୍ୟାଙ୍କ ଓ ବୀମା ଭଳି ରାଷ୍ଟ୍ରାୟତ୍ତ ଉଦ୍ୟୋଗ ବନ୍ଦ ରଖିବା ପାଇଁ ଆହ୍ୱାନ ଦିଆଯାଇଛି । ରାଜଧାନୀ ସମେତ ସାରା ରାଜ୍ୟରେ ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରିବାକୁ ଆହ୍ୱାନ ଦେଇଛନ୍ତି କଂଗ୍ରେସ ଓ ୮ ରାଜନୈତିକ ଦଳ । ତେବେ ବନ୍ଦ ପାଳନରୁ ଅତ୍ୟାବଶ୍ୟକ ସେବା, ଆମ୍ୱୁଲାନ୍ସ, ରୋଗୀଙ୍କ ଚିକିତ୍ସା ଆଦି ବାଦ୍ ଦିଆଯାଇଥିବା ବନ୍ଦେ ଡାକରା ଦେଇଥିବା ଦଳ ସ୍ପଷ୍ଟ କରିଛନ୍ତି । ଦିନିକିଆ ବନ୍ଦକୁ ସଫଳ କରିବା ପାଇଁ ରାଜ୍ୟର ଜନସାଧାରଣଙ୍କୁ ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି କଂଗ୍ରେସ ସମେତ ୮ ରାଜନୈତିକ ଦଳ । ବିଜେପି ସରକାରର କୁଶାସନ ବିରୋଧରେ ଏହି ବନ୍ଦ ମହିଳାଙ୍କ ସମ୍ମାନ ଓ ସୁରକ୍ଷା ପାଇଁ ଓଡ଼ିଶା ବନ୍ଦ ଲୋକଙ୍କର ହେଉ ବୋଲି ବିରୋଧୀମାନେ ଅପିଲ କରିଛନ୍ତି ।

  • Garvita Odia

    Related Posts

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ସମ୍ୱଲପୁର: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଜଣେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସଂପର୍କ ରଖିବା ଓ ପରେ ପ୍ରତାଡ଼ନା କରିବା ଅଭିଯୋଗରେ ମହିଳା ପୁଲିସ ଦ୍ବାରା ଗିରଫ ସହକାରୀ ପ୍ରଫେସରଙ୍କୁ ସରକାର ନିଲମ୍ବିତ…

    ମହିଳା ହେଲପଲାଇନ ନଂ-୧୮୧

    ଭୁବନେଶ୍ୱର:: ବାଲେଶ୍ୱର ଏଫ୍‍ଏମ୍‍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଓ ପରେ ମୃତ୍ୟୁ ଘଟଣାରେ ତତ୍ପର ଦେଖାଇଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଗାଇଡଲାଇନ୍‍ ନମ୍ବର ଜାରି କରାଯାଇଛି । ସଠିକ୍‍ ଭାବେ ଆବ୍ୟନ୍ତରୀଣ…

    Leave a Reply

    Your email address will not be published. Required fields are marked *

    You Missed

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ଅଧ୍ୟାପକ ଗୋପୀକାନ୍ତ ସୁନା  ନିଲମ୍ବିତ

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଆମକୁ  ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ,  ବିଜେପିକୁ ରଖନ୍ତୁ

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ବିରୋଧୀଙ୍କ ଉପରେ ବର୍ଷିଲେ  ଅପରାଜିତା

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ମହିଳା ହେଲପଲାଇନ ନଂ-୧୮୧

    ମହିଳା ହେଲପଲାଇନ ନଂ-୧୮୧