ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର, ୦୮/୦୮: ଆଜି ଓଡ଼ିଶା ବିଧାନସଭାର ନୂତନ ୱବ୍‌ସାଇଟ୍‌ ଉନ୍ମୋଚିତ ହୋଇଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ଏହି େୱବ୍‌ସାଇଟ୍‌କୁ ଉନ୍ମୋଚନ କରି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଲେ ଯେ ଏଭଳି ପ୍ରୟାସ ଅଧିକ ସ୍ୱଚ୍ଛ ଓ ପାରଦର୍ଶିତା ଦିଗରେ ଆମ ଯାତ୍ରାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଓଡ଼ିଶା ସରକାରଙ୍କ ଆଇଟି ଓ ଇଟି ବିଭାଗ ଏବଂ ଭାରତ ସରକାରଙ୍କ ଏନ୍‌ଆଇସିର ବୈଷୟିକ ପରାମର୍ଶରେ ବିକଶିତ ହୋଇଥିବା ଏହି ନୂତନ େୱବ୍‌ସାଇଟ୍‌ ବିଧାନସଭା କାର୍ଯ୍ୟଧାରାକୁ ଜନସାଧାରଣଙ୍କ ପାଇଁ ଅଧିକ ସୁଗମ ଏବଂ ସ୍ୱଚ୍ଛ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଏହା ନାଗରିକମାନଙ୍କୁ ବିଧାନସଭାର କାର୍ଯ୍ୟକଳାପ, ନିଷ୍ପତ୍ତି ଏବଂ ପଦକ୍ଷେପ ବିଷୟରେ ସଠିକ୍‌ ଏବଂ ସବିଶେଷ ସୂଚନା ପ୍ରଦାନ କରିବ ବୋଲି ଶ୍ରୀମତୀ ପାଢ଼ୀ ପ୍ରକାଶ କରିଥିଲେ ।
ଏହି ଉନ୍ମୋଚନ ସୁଶାସନ ଏବଂ ନାଗରିକ ସମ୍ପୃକ୍ତି ପାଇଁ ପ୍ରଯୁକ୍ତି ବିଦ୍ୟାର ଉପଯୋଗ କରିବା କ୍ଷେତ୍ରରେ ପ୍ରତିବଦ୍ଧତାର ଏକ ନିଦର୍ଶନ । ଏହି ପ୍ଲାଟ୍‌ଫର୍ମ କେବଳ ବିଧାନସଭାର କାର୍ଯ୍ୟକାରିତାକୁ ବୃଦ୍ଧି କରିବ ନାହିଁ ବରଂ ଓଡ଼ିଶାର ଜନସାଧାରଣଙ୍କ ଅଧିକ ଅଂଶଗ୍ରହଣ ଏବଂ ସମ୍ପୃକ୍ତିକୁମଧ୍ୟ ପ୍ରୋତ୍ସାହିତ କରିବ । ଚଳିତ ଅଗଷ୍ଟ ମାସ ୨୯ ଓ ୩୦ ତାରିଖରେ ଦୁଇଦିନ ଧରି ଓଡ଼ିଶାରେ ଜାତୀୟ ସ୍ତରର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ସମ୍ମିଳନୀ ଭୁବନେଶ୍ୱରଠାରେ ଆୟୋଜିତ ହେବାକୁ ଯାଉଛି । ଏହି ସମ୍ମିଳନୀରେ ଲୋକସଭାର ମାନ୍ୟବର ବାଚସ୍ପତି ଓ ରାଜ୍ୟସଭାର ମାନ୍ୟବର ଉପାଧ୍ୟକ୍ଷ ଏବଂ ସଂସଦର ଉଭୟ ଗୃହ ଓ ସମସ୍ତ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ କମିଟିମାନଙ୍କର ଅଧ୍ୟକ୍ଷ ଓ ସଦସ୍ୟମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଅତିଥିମାନେ ଏହି ନୂତନ େୱବ୍‌ସାଇଟ୍‌ରେ ପାର୍ଲାମେଣ୍ଟ ଦ୍ୱାରା ପ୍ରଦତ୍ତ ଲିଙ୍କ୍‌ରେ ରେଜିଷ୍ଟେସନ୍‌ କରିବାର ସୁବିଧା ପାଇବେ । ଏହି ଅବସରରେ ଶକ୍ତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ ଦେବ, ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ଓକାକ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ପ୍ରଦୀପ ରାଉତ, ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ସଚିବ ଦୁର୍ଗେଶ ନନ୍ଦିନୀ ସାହୁ, ବିଧାନସଭାରେ କାର୍ଯ୍ୟରତ ଏନ୍‌ଆଇସିର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଅଶୋକ ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    Union Home Minister Amit Shah Chairs Mahanadi Water Dispute Resolution Meeting at New Delhi

    Jal Shakti Minister, and Odisha, Chhattisgarh Chief Ministers Join Closer to a Resolution, Expecting a Final Framework Soon – CM Shri Majhi This Resolution Will Be a ‘Model Dispute Resolution’…

    Continue reading
    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ