ଓଡ଼ିଶା ବିଧାନସଭାର ସଂକ୍ଷିପ୍ତ ଇତିହାସ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ “A Brief History of Odisha Legislative Assembly”ପୁସ୍ତକ ଉନ୍ମୋଚିତ ହୋଇଯାଇଛି । ପୁସ୍ତକଟିକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରି ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଲେ ଯେ ଆମ ସମସ୍ତଙ୍କ ପାଇଁ ଏହି ପୁସ୍ତକ ପ୍ରକାଶନର ଯଥାର୍ଥତା ରହିଛି । ଏହି ପୁସ୍ତକ ଲୋକପ୍ରତିନିଧିଙ୍କଠାରୁ ଆରମ୍ଭ କରି ଗବେଷକ, ବୁଦ୍ଧିଜୀବୀ, ବିଦ୍ୟାର୍ଥୀ ତଥା ସାଧାରଣ ଜନତାଙ୍କ ପାଇଁ ନିଶ୍ଚିତ ଭାବେ ଉପାଦେୟ ହୋଇପାରିବ ବୋଲି ବାଚସ୍ପତି ଆଶାବ୍ୟକ୍ତ କରିଛନ୍ତି ।
୧୯୩୬ ମସିହା ଅପ୍ରେଲ ପହିଲାରେ ବି୍ରଟିଶ ଶାସନାଧିକ ଭାରତବର୍ଷରେ ଏକ ଭାଷାଭିତ୍ତିକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶା ଶାସନଗତ ସ୍ୱାଧୀନତା ତଥା ସ୍ୱତନ୍ତ୍ର ସାମ୍ବିଧାନିକ ସ୍ଥିତି ହାସଲ କଲା । ସ୍ୱତନ୍ତ୍ର ଓଡ଼ିଶାର (ପ୍ରାକ୍‌ ସ୍ୱାଧୀନତା) ପ୍ରଥମ ବିଧାନସଭାଠାରୁ ଚଳିତ ସପ୍ତଦଶ ଓଡ଼ିଶା ବିଧାନସଭା ନିର୍ବାଚନ ପର୍ଯ୍ୟନ୍ତ ଓଡ଼ିଶା ଦାୟିତ୍ୱରେ ଥିବା ମାନ୍ୟବର ରାଜ୍ୟପାଳ, ମାନ୍ୟବର ବାଚସ୍ପତି, ମାନ୍ୟବର ଗୃହର ନେତା (ମୁଖ୍ୟମନ୍ତ୍ରୀ), ମାନ୍ୟବର ବିରୋଧୀ ଦଳ ନେତା, ମାନ୍ୟବର ଉପବାଚସ୍ପତି, ବିଧାନସଭା ସଚିବାଳୟର ସଚିବଙ୍କ ସହିତ ବିଭିନ୍ନ ପର୍ଯ୍ୟାୟରେ ମନ୍ତ୍ରୀମଣ୍ଡଳ ଗଠନ, ସାଧାରଣ ନିର୍ବାଚନ, ଉପନିର୍ବାଚନ, ଦଳୀୟ ସ୍ଥିତି ସହିତ ବିଧାନସଭା ସମ୍ପର୍କିତ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଏହି ପୁସ୍ତକରେ ପ୍ରକାଶିତ ହୋଇଛି ।
ଏହି ଉନ୍ମୋଚନ କାର୍ଯ୍ୟକ୍ରମ ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ, ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକବୃନ୍ଦ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂହ, ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ଗବେଷଣା ଶାଖାର ନିର୍ଦ୍ଦେଶକ ଡ. ତି୍ରବିକ୍ରମ ପ୍ରଧାନ, ପୁସ୍ତକ ସଂକଳନରେ ସଂପୃକ୍ତ ଗବେଷଣା ଅଧିକାରୀ ଶ୍ରୀ ଜୟକୃଷ୍ଣ ପ୍ରଧାନ, ଶ୍ରୀ ପ୍ରଶାନ୍ତ ଦାସ ଓ ଶ୍ରୀ ଅମୂଲ୍ୟ କୁମାର ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ ।
ବିଭୂତି ନାୟକ

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ