ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି) ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି । ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର ଲୋକଙ୍କ ଆଶା ଆକାଂକ୍ଷା ପୂରଣ ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ସେ ଏହି ପତ୍ରରେ ଉଲ୍ଲେଖ କରିଛନ୍ତି ।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗଙ୍କ କାର୍ୟ୍ୟକାଳ ଗତ ଜାନୁଆରୀ ୩, ୨୦୨୪ରେ ଶେଷ ହୋଇସାରିଛି ଏବଂ ନୂତନ ସଦସ୍ୟ ନିଯୁକ୍ତ ହୋଇ ନଥିବାରୁ ଏହା ବର୍ତ୍ତମାନ କାର୍ୟ୍ୟକ୍ଷମ ନାହିଁ । ଓଡ଼ିଶା ରାଜ୍ୟର ଜନସଂଖ୍ୟାର ଏକ ପ୍ରମୁଖ ଅଂଶ ଭାବେ ପ୍ରାୟ ୨୧୬ଟି ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗ (ଏସଇବିସି) ସମୁଦାୟ ଓଡ଼ିଶାରେ ବସବାସ କରୁଛନ୍ତି । ଆୟୋଗ କାର୍ୟ୍ୟକ୍ଷମ ନଥିବାରୁ ଏହି ବର୍ଗର ଲୋକମାନେ ଶିକ୍ଷା, ନିଯୁକ୍ତି ଏବଂ କଲ୍ୟାଣକାରୀ ଯୋଜନାର ସୁଫଳ ପାଇବାରେ ବହୁବିଧ ଆହ୍ୱାନର ସମ୍ମୁଖୀନ ହେଉଛନ୍ତି । ନିଜର ସମସ୍ୟା ଉପସ୍ଥାପନ କରିବା ପାଇଁ ସେମାନେ ଏକ ସାମ୍ବିଧାନିକ ମଞ୍ଚରୁ ବଞ୍ଚିତ ହେଉଛନ୍ତି ।
ନୂତନ ଜାତିକୁ ଏସଇବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା, ଅଭିଯୋଗର ସମାଧାନ କରିବା ଏବଂ ପଛୁଆ ବର୍ଗଙ୍କ ପାଇଁ ସରକାରଙ୍କୁ ନୀତିଗତ ପରାମର୍ଶ ଦେବାରେ ଓଏସସିବିସିଙ୍କ ମୁଖ୍ୟ ଭୂମିକା ରହିଛି । ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ସଂଶୋଧନ) ଅଧିନିୟମ, ୨୦୨୦ ଅନୁଯାୟୀ, ଏହି କମିଶନଙ୍କୁ ପଛୁଆ ବର୍ଗଙ୍କ ସାମାଜିକ ଓ ଶିକ୍ଷାଗତ ସ୍ଥିତି ଉପରେ ସର୍ଭେ କରିବାର ଦାୟିତ୍ୱ ମଧ୍ୟ ଦିଆଯାଇଛି । ତେଣୁ ରାଜ୍ୟରେ ସାମାଜିକ ନ୍ୟାୟର ପ୍ରତିଷ୍ଠା ଏବଂ ପଛୁଆ ବର୍ଗଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ କମିଶନର ଶୀଘ୍ର ପୁନର୍ଗଠନ ଏକାନ୍ତ ଆବଶ୍ୟକ । ରାଜ୍ୟର ପଛୁଆ ବର୍ଗର ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଥିରେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରି ଆୟୋଗର ପୁନର୍ଗଠନ କରିବାକୁ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ସର୍ଭେ ରିପୋର୍ଟ :ତାମିଲନାଡୁରେ ପୁଣି ଥରେ ବାଜି ମାରିବ ଡିଏମ୍‌କେ ମେଣ୍ଟ

    ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ଏପ୍ରିଲ ୨୩ ତାରିଖରେ ଅନୁଷ୍ଠିତ ହେବ ଭୋଟ୍ ଗ୍ରହଣ। ତା’ପୂର୍ବରୁ ଆସିଥିବା ଦୁଇଟି ସର୍ଭେ ରିପୋର୍ଟ କହୁଛି ଯେ ପୁଣି ଥରେ ବାଜି ମାରିବ ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାଲିନଙ୍କ ନେତୃତ୍ୱାଧୀନ ଡିଏମ୍‌କେ ମେଣ୍ଟ। ଲୋକ୍ ପୋଲ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ