ଓଡ଼ିଶା ହେବ ଫାର୍ମା ହବ୍‌:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ହେବ ଫାର୍ମା ହବ୍‌। ରାଜ୍ୟରେ ପ୍ରତିଷ୍ଠା ହେବ ବିଭିନ୍ନ ଔଷଧ କମ୍ପାନୀ। ଏଥିପାଇଁ ଏକ ଫାର୍ମା କନକ୍ଲେଭ ଆୟୋଜନ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଏଥିରେ ଦେଶ ବିଦେଶର ପ୍ରମୁଖ ଔଷଧ କମ୍ପାନୀ ସାମିଲ ହେବେ। ସେମାନେ ନିଜ ନିଜର ପ୍ରତିଷ୍ଠାନ ନିର୍ମାଣ କରିବାକୁ ଆଗ୍ରହ ଦେଖାଇବେ। ଯାହାଫଳରେ ଅଢ଼େଇ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସଳ ପାଳନ ଅବସରରେ ସୂଚନା ଦେଇଛନ୍ତି।

ରାଜ୍ୟରେ ସଂଗଠିତ ଅପରାଧକୁ ଦମନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି । ବ୍ୟକ୍ତି ଯେତେ ବି ପ୍ରଭାବଶାଳୀ କିମ୍ବା ଶକ୍ତିଶାଳୀ ହୁଅନ୍ତୁ, ଗିରଫ କରାଯିବ, କଠୋର ଦଣ୍ଡ ଦିଆଯିବ । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଆଜିର ଦିନ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ, ଆମର ପୁଲିସ ଏବଂ ସୈନ୍ୟ ବାହିନୀ, ଯେଉଁମାନଙ୍କ ହାତରେ ଦେଶର ସୁରକ୍ଷା, ଏକତା ଓ ଅଖଣ୍ଡତାକୁ ବଜାୟ ରଖିବାର ଗୁରୁ ଦାୟିତ୍ଵ ଅର୍ପିତ ଅଛି । ଦଳମତ ନିର୍ବିଶେଷରେ ସେମାନଙ୍କୁ ସମ୍ମାନ ଜଣାଇବା ଏବଂ ତାଙ୍କୁ ନେଇ ଗର୍ବ କରିବା ଆମ ସମସ୍ତଙ୍କର ଦାୟିତ୍ଵ । ତେଣୁ, ଆମ ସରକାର ରାଜ୍ୟରେ ଡ୍ୟୁଟି ସମୟରେ ପ୍ରାଣବଳି ଦେଇଥିବା ପୁଲିସ କର୍ମଚାରୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ପୁଲିସ ମେମୋରିଆଲ ନିର୍ମାଣ କରିବେ, ଯାହା ତାଙ୍କ ତ୍ୟାଗ ଓ ବଳିଦାନ ପାଇଁ ହେବ ଶ୍ରେଷ୍ଠ ନିଦର୍ଶନ ।ସେ ଆହୁରି କହିଛନ୍ତି ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ପ୍ରତିରକ୍ଷା ବାହିନୀର ବୀର ସୈନିକ ଓ ସୁରକ୍ଷା ବାହିନୀର ଅମର ଯବାନ ମାନଙ୍କ ପ୍ରତି ମଧ୍ୟ, ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଆଜିର ଦିନ ସ୍ଵାଧୀନତା ସଂଗ୍ରାମ ପାଳନ କରିବା ପାଇଁ କେବଳ ଏକ ପ୍ରତୀକାତ୍ମକ ଉତ୍ସବ ନୁହେଁ। ଆଜିର ଦିନ ଆମକୁ କଷ୍ଟଲବ୍ଧ ସ୍ଵାଧୀନତା ବିଷୟରେ ସଚେତନ କରିବା ସହିତ, ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ପାଇଁ ପ୍ରତି ମୂହୁର୍ତ୍ତରେ ଚେତାଇ ଦେଇଥାଏ।ଆତଙ୍କବାଦ ବିରୋଧରେ ଦେଶର ନୀତି ଆହୁରି ଦୃଢ ଓ କଠୋର ହୋଇଛି । ଦେଶରେ, ବିଶେଷକରି ଜାମ୍ମୁ ଓ କାଶ୍ମୀରରେ ଶାନ୍ତି ଫେରି ଆସୁଥିବା ବେଳେ, ପଡୋଶୀ ଦେଶ ଆତଙ୍କବାଦକୁ ଅସ୍ତ୍ର ଭାବେ ବ୍ୟବହାର କରି, ଭାରତରେ ଅଶାନ୍ତି ଏବଂ ସାମ୍ପ୍ରଦାୟିକ ହିଂସା ସୃଷ୍ଟି କରିବାକୁ ପ୍ରୟାସ କରିଆସୁଛି। ଏହାର ସବୁଠାରୁ ବଡ ପ୍ରମାଣ ହେଲା, ଗତ ଏପ୍ରିଲ ୨୨ ତାରିଖର ପହଲଗାମ ହତ୍ୟାକାଣ୍ଡ। ଯେପରି ଭାବେ ନିରୀହ ଲୋକଙ୍କୁ ଧର୍ମ ପଚାରି ବର୍ବୋରୋଚିତ ଭାବେ ହତ୍ୟା କରାଗଲା, ତାହା କେବଳ ଏକ ସାଧାରଣ ଆତଙ୍କୀ ଆକ୍ରମଣ ନ ଥିଲା, ଏହା ଭାରତର ଜାତୀୟତା, ସାର୍ବଭୌମ୍ୟତା ଏବଂ ଅଖଣ୍ଡତା ଉପରେ ଥିଲା ଆକ୍ରମଣ। ବୋଧହୁଏ ପଡୋଶୀ ଦେଶ, ଉରି ସର୍ଜିକାଲ ଷ୍ଟ୍ରାଇକ ଓ ବାଲାକୋଟ ବାୟୁ ସେନାର ଆକ୍ରମଣରୁ କିଛି ଶିକ୍ଷାଲାଭ କରି ନ ଥିଲା। ତେଣୁ, ଦେଶର ଯଶସ୍ଵୀ ପ୍ରଧାନମନ୍ତ୍ରୀ ମାନନୀୟ ନରେନ୍ଦ୍ର ମୋଦୀ ଜୀଙ୍କ ନେତୃତ୍ଵରେ ଭାରତୀୟ ସେନା ‘ଅପରେସନ ସିନ୍ଦୁର’ କରିଥିଲା। ଭାରତର ସେନା ବାହିନୀ ଶତ୍ରୁ ଦେଶର ୯ଟି ଆତଙ୍କବାଦୀଙ୍କ ଆଡ୍ଡା, ତଥା ୧୧ଟି ପାକିସ୍ତାନୀ ସାମରିକ ଘାଟିକୁ ନଷ୍ଟଭ୍ରଷ୍ଟ କରିଦେଇଥିଲେ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ