ଓଡିଶାରୁ ପଦ୍ମଶ୍ରୀ ପାଇଥିବା ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନଠାରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି। ପଦ୍ମଶ୍ରୀ ପାଇଥିବା ଓଡିଶାର ସମସ୍ତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ମୟୂରଭଞ୍ଜର ଚରଣ ହେମ୍ବ୍ରମ, କଳା କ୍ଷେତ୍ରରେ ଗଞ୍ଜାମର ଗୁରୁ ସୀମାଞ୍ଚଳ ପାତ୍ର ଏବଂ କଟକ ତିଗିରିଆର ବିଶିଷ୍ଟ ବାନ୍ଧଶିଳ୍ପୀ ଶରତ କୁମାର ପାତ୍ରଙ୍କ ସାଧନା ସମଗ୍ର ରାଜ୍ୟ ପାଇଁ ଅତ୍ୟନ୍ତ ଗୌରବର ବିଷୟ। ଆପଣମାନଙ୍କର ଏହି ନିଷ୍ଠାପର ନିଦର୍ଶନ ଆମ ସମୃଦ୍ଧ କଳା, ଭାଷା ଓ ସଂସ୍କୃତିକୁ ବିଶ୍ୱ ଦରବାରରେ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିବା ସହ ଓଡ଼ିଶାର ଅସ୍ମିତାକୁ ଅଧିକ ମହିମାମଣ୍ଡିତ କରିଛି ବୋଲି ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଉଲ୍ଲେଖ କରିଛନ୍ତି।

ତୃଣମୂଳ ସ୍ତରର ପ୍ରକୃତ ସାଧକମାନଙ୍କୁ ଚିହ୍ନଟ କରି ‘ପିପୁଲ୍ସ ପଦ୍ମ’ ମାଧ୍ୟମରେ ସେମାନଙ୍କ ଶ୍ରମ ଓ ସାଧନାକୁ ରାଷ୍ଟ୍ରୀୟ ସ୍ତରରେ ସମ୍ମାନିତ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଶାବାସୀଙ୍କ ତରଫରୁ କୃତଜ୍ଞତା ଜଣାଉଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତ ପୁରସ୍କାର ବିଜେତାଙ୍କ ସୁସ୍ଥ, ନିରାମୟ ଓ ଦୀର୍ଘାୟୁ ଜୀବନ କାମନା ମୁଖ୍ୟମନ୍ତ୍ରୀ କରିଛନ୍ତି।

  • Related Posts

    ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

    · ଦେଶର ମୋଟ୍‌ ୪ଟି ରେଳ ଲାଇନ୍‌ ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ଦ୍ୱାରା ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତ · ଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର…

    Continue reading
    ରାଇକିଆରେ ଭୀମ ଭୋଇ ସାମର୍ଥ୍ୟ ଅଭିଯାନ ଶିବିର

    ୩୬୬ ଜଣଙ୍କ ପଞ୍ଜୀକରଣ, ୨୮୨ ଜଣଙ୍କୁ ୟୁଡିଆଇଡି ପ୍ରମାଣପତ୍ର ପାଇଁ ଚିହ୍ନଟ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ରାଇକିଆ ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ଭୀମ ଭୋଇ ସାମର୍ଥ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ