ଓଡିଶା ଆସୁଛନ୍ତି ଜେପି ନଡ୍ଡା

ଭୁବନେଶ୍ୱର: ଗୁରୁବାର ଓଡିଶା ଆସୁଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଶୁକ୍ରାବର ଦିନ କଟକ ବାଲିଯାତ୍ରା ପଡିଆରେ ଆୟୋଜିତ କାର୍ୟ୍ୟକ୍ରମରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବେ ନଡ୍ଡା । ଏଥିପାଇଁ ଵ୍ୟାପକ ପ୍ରସ୍ତୁତି କରୁଛନ୍ତି ରାଜ୍ୟ ସରକାର।

ପ୍ରଥମ ପର୍ୟ୍ୟାୟରେ ପ୍ରତି ଗାଁର ୨୫ଜଣଙ୍କୁ ଆୟୁଷ୍ମାନ ଭାରତ କାର୍ଡ ପ୍ରଦାନ କରାଯିଵ। ପର୍ୟ୍ୟାୟକ୍ରମେ ରାଜ୍ୟର ସାଢେ ତିନି କୋଟି ହିତାଧିକାରୀଙ୍କୁ କାର୍ଡ ଯୋଗାଇ ଦିଆଯିବ। ଗୁରୁବାର ରାତିରେ ଭୁବନେଶ୍ବରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରିଯାପନ କରିବେ ନଡ୍ଡା । ଶୁକ୍ରବାର କଟକ ବାଲିଯାତ୍ରା ପଡିଆରେ ଆୟୋଜିତ କାର୍ୟ୍ୟକ୍ରମରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବେ ନଡ୍ଡା। ସେଠାରୁ ପୁରୀ ଯାଇ ପୁରୀରେ ରାତ୍ରିଯାପନ କରିବେ। ଏହା ପରଦିନ ଅର୍ଥାତ ୧୨ ତାରିଖରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ପରେ ପୁରୀରେ ଆୟୋଜିତ ସାଂସଦ ଏବଂ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରରେ ନଡ୍ଡା ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ