ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡ଼. ସୁଧାଂଶୁ ତ୍ରିବେଦୀ

ଭୁବନେଶ୍ୱର,: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ମୁଖପାତ୍ର ତଥା ରାଜ୍ୟସଭା ସାଂସଦ ଡ଼. ସୁଧାଂଶୁ ତ୍ରିବେଦୀ ନଭେମ୍ବର ୨ ତାରିଖ ଦିନ ଏକ ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଁଚିବେ । ଡ଼.ତ୍ରିବେଦୀଙ୍କର ଗଭୀର ଇତିହାସ ଜ୍ଞାନ, ଭାରତୀୟ ସଂସ୍କୃତି ଏବଂ ସାମ୍ପ୍ରତିକ ରାଜନୈତିକ ପ୍ରସଙ୍ଗ ଉପରେ ସ୍ପଷ୍ଟ ଓ ଓଜସ୍ୱିନୀ ବକ୍ତବ୍ୟ ସମଗ୍ର ଦେଶରେ ଅତ୍ୟନ୍ତ ଆଦୃତ । ଜାତୀୟ ତଥା ଆନ୍ତର୍ଜାତୀୟ ଗଣମାଧ୍ୟମରେ ଦଳୀୟ ପକ୍ଷ ରଖିବାରେ ତାଙ୍କର ଏକ ସ୍ୱତନ୍ତ୍ର ପରିଚୟ ରହିଛି ବୋଲି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖପାତ୍ର ଶ୍ରୀ ସୁଦୀପ୍ତ ରାୟ କହିଛନ୍ତି ।
ଶ୍ରୀ ରାୟ କହିଛନ୍ତି ଯେ, ଏହି ଗସ୍ତ ଅବସରରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟସୂଚୀ ରହିଛି । ମଧ୍ୟାହ୍ନ ୧୨.୦୫ ଘଟିକାରେ ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କରି ଉପସ୍ଥିତ ସାମ୍ବାଦିକ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହ ଆଲୋଚନା କରିବେ । ଏହାପରେ ଡ଼.ତ୍ରିବେଦୀ କଟକ ଗସ୍ତ କରି ଅପରାହ୍ନ ୩ଟାରେ ଅନୁଷ୍ଠିତ ହେବାକୁ ଥିବା କଲେଜ ଛକଠାରୁ ଦୋଳମୁଣ୍ଡାଇ ଛକ ପର୍ଯ୍ୟନ୍ତ “ଗଣତନ୍ତ୍ର ବଂଚାଅ – ଅରାଜକତା ହଟାଅ ଅଭିଯାନ” ପଦଯାତ୍ରାରେ ସାମିଲ ହେବେ । କଲେଜ ଛକଠାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ ପରେ ଏହି ପଦଯାତ୍ରା ଆରମ୍ଭ ହେବ । ଏଥିରେ ରାଜ୍ୟ ସଭାପତି ତଥା ରାଜ୍ୟସଭା ସାଂସଦ ଶ୍ରୀ ମନମୋହନ ସାମଲଙ୍କ ସମେତ କଟକର ସମସ୍ତ ବିଧାୟକ ଓ ସାଂସଦ ସାମିଲ ହେବେ । ସେମାନଙ୍କ ସହ ଦଳର ସ୍ଥାନୀୟ ନେତୃବୃନ୍ଦ ଓ କାର୍ଯ୍ୟକର୍ତା ଏହି ପଦଯାତ୍ରାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସନ୍ଧ୍ୟା ୫.୩୦ ଘଟିକାରେ ଭୁବନେଶ୍ୱରର ହୋଟେଲ ସ୍ୱସ୍ତି ପ୍ରିମିୟମ୍‌ଠାରେ ରାଷ୍ଟ୍ରଚିନ୍ତନ ଓ ଦେଶର ସାମ୍ପ୍ରତିକ ରାଜନୈତିକ ପ୍ରସଙ୍ଗ ଉପରେ ଅନୁଷ୍ଠିତ ହେବାକୁ ଥିବା ଏକ ବୁଦ୍ଧିଜୀବୀ ସମ୍ମିଳନୀରେ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଦିଲ୍ଲୀ ପ୍ରତ୍ୟାବର୍ତନ କରିବେ ବୋଲି ଶ୍ରୀ ରାୟ ସୂଚନା ଦେଇଛନ୍ତି ।
ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପସଭାପତି ଶ୍ରୀ ଅଶୋକ ମିଶ୍ର, ବରିଷ୍ଠ ନେତା ଶ୍ରୀ ସୁଦର୍ଶନ ନାୟକ ଓ ଗଣମାଧ୍ୟମ ରାଜ୍ୟ ସଂଯୋଜକ ଶ୍ରୀ ସୁଜିତ୍ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ପିଏସଓଙ୍କ କାନ୍ଧରେ ମନ୍ତ୍ରୀ

    ଫୁଲବାଣୀ : ବାତ୍ୟା ଅର୍ଣ୍ଣବ କ୍ଷୟକ୍ଷତି ଅନୁଧ୍ୟାନ କରିବା ପାଇଁ ରାଜ୍ୟର ମନ୍ତ୍ରୀମାନେ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି। ବାତ୍ୟା ମୁକାବିଲା ତଦାରଖ କରିବାକୁ ନିକଟରେ ରାଜ୍ୟ ସରକାର ୮ ଜିଲାକୁ ୮ଜଣ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଇଥିଲେ। ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ…

    Continue reading
    ନବୀନ ନିଖୋଜ!

    ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ନିଖୋଜ ନେଇ  ପୋଷ୍ଟର ଲାଗିଛି । ନବୀନଙ୍କ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ଏଭଳି ଦୃଶ୍ୟ ସାମନାକୁ ଆସିଛି । ହିଞ୍ଜିଳି ବାସ ଷ୍ଟାଣ୍ଡରେ ନିଖୋଜ ପୋଷ୍ଟର ଲାଗିଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି