ଓଡି଼ଶାରେ ପାଖାପାଖି ୫ ଲକ୍ଷ ଟଙ୍କାର ପୁଞ୍ଜି ନିବେଶ ନେଇ ଆଶା

ଭୁବନେଶ୍ବର: ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ । ଉତ୍କର୍ଷ ଓଡ଼ିଶା କନକ୍ଲେଭର ଶୁଭ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜିଠାରୁ ଦୁଇ ଦିନ ଧରି ଚାଲିବ ଏହି ଶିଳ୍ପ ମହାକୁମ୍ଭ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି କଡ଼ା ସୁରକ୍ଷା ବଳୟରେ ରହିଛି ରାଜଧାନୀ । ଭୁବନେଶ୍ବରରେ ମୁତୟନ ହୋଇଛନ୍ତି ୬୦ ପ୍ଲାଟୁନ ପୋଲିସ ଫୋର୍ସ । ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ପରେ ସେଠାରୁ ସିଧା ଜନତା ମଇଦାନକୁ ଆସିଥିଲେ ପ୍ରଧାନମନ୍ତ୍ରୀ । ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟୀ, ମନ୍ତ୍ରିମଣ୍ଡଳ ସମେତ ବହୁ ବିଶିଷ୍ଟ ଶିଳ୍ପପତି ଉପସ୍ଥିତ ଅଛନ୍ତି ।
ଉତ୍କର୍ଷ ଓଡ଼ିଶା କାର୍ୟ୍ୟକ୍ରମରୁ ଓଡି଼ଶାରେ ପାଖାପାଖି ୫ ଲକ୍ଷ ଟଙ୍କାର ପୁଞ୍ଜି ନିବେଶ ନେଇ ଆଶା ରହିଛି । ଫଳରେ ଦେଶର ଶ୍ରେଷ୍ଠ ୫ଟି ଅର୍ଥନୀତି ରାଜ୍ୟ ମଧ୍ୟରେ ଓଡ଼ିଶାର ସ୍ଥାନ ପାଇବାର ଲକ୍ଷ୍ୟ ନେଇ ଆୟୋଜନ ହୋଇଛି ଏହି କାର୍ୟ୍ୟକ୍ରମ । ଶ୍ରମିକ, କୃଷକଙ୍କ ପରି ସାଧାରଣ ଲୋକଙ୍କ ପାଇଁ ମଧ୍ୟ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଗତ ୪ ମାସ ହେବ ବିଭିନ୍ନ ସ୍ଥାନରେ ନିବେଶକ ସମ୍ମିଳନୀ ଓ ରୋଡ଼ ସୋ କରିଛନ୍ତି ସରକାର । ଦିଲ୍ଲୀ, ମୁମ୍ବାଇ ଓ ପରେ ସିଙ୍ଗାପୁରରେ ପ୍ରମୋସନାଲ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଛି । ଚଳିତ ଇନଭେଷ୍ଟର୍ସ ମିଟ୍‌ରେ ୫ ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବ ଆସିବାର ଆଶା ରଖିଛନ୍ତି ସରକାର । ଯାହା ଫଳରେ ରାଜ୍ୟରେ ୩.୫ ଲକ୍ଷରୁ ଅଧିକ ନିଯୁକ୍ତି ସମ୍ଭାବନା ମଧ୍ୟ ସୃଷ୍ଟି ହୋଇପାରିବ । ଏହି କାର୍ୟ୍ୟକ୍ରମରେ ୧୦୦ରୁ ଅଧିକ ନିବେଶକ ଚୁକ୍ତି ସ୍ବାକ୍ଷର କରିବାର ସମ୍ଭାବନା ରହିଛି ।

  • Related Posts

    ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଶତପ୍ରତିଶତ ଅନ୍‌ଲାଇନ୍‌ରେ ହେବ ଫର୍ମପୂରଣ

    ଭୁବନେଶ୍ବର: ୨୦୨୫-୨୬ ଶିକ୍ଷାବର୍ଷରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଫର୍ମପୂରଣ ପାଇଁ ଅଫ୍‌ଲାଇନ୍‌ରେ ଫର୍ମପୂରଣ ହେବନି ବରଂ ଶତପ୍ରତିଶତ ଅନ୍‌ଲାଇନ୍‌ରେ ଫର୍ମପୂରଣ କରାଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଫର୍ମପୂରଣ କ୍ଷେତ୍ରରେ ଆସିବ…

    ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ପୁରୁଷ ଯୌନ ଅକ୍ଷମତା ଏବଂ ବନ୍ଧ୍ୟାତ୍ୱ ସମ୍ପର୍କିିତ ସିଏମ୍‌ଇ ଆଣ୍ଡ୍ରୋଏକ୍ସଏଲ୍ ୨୦୨୫ ଆୟୋଜିତ

    ଭୁବନେଶ୍ୱର, ଅଗଷ୍ଟ ୧୦: ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ପୁରୁଷ ଯୌନ ଅକ୍ଷମତା ଏବଂ ବନ୍ଧ୍ୟାତ୍ୱ ସମ୍ପର୍କିତ କର୍ମଶାଳା ଏବଂ ସିଏମ୍‌ଇ ଆଣ୍ଡ୍ରୋଏକ୍ସଏଲ୍ ୨୦୨୫ ସଫଳତାର ସହିତ ଆୟୋଜିତ ହୋଇଯାଇଛି। ଏହି ଦିନିକିଆ କର୍ମଶାଳାରେ ଓଡିଶାର ବିଭିନ୍ନ ସ୍ଥାନରୁ ପୁରୁଷ ଚିକିତ୍ସାବିଜ୍ଞାନୀ…

    Leave a Reply

    Your email address will not be published. Required fields are marked *

    You Missed

    Aishwarya Rai, Abhishek Bachchan& Aaradhya’s rare appearance at Mumbai airport goes viral

    ଭକ୍ତ ଦାସିଆଙ୍କ ଜନ୍ମ ଓ ସାଧନା ପୀଠରେ ଝୁଲଣ ପର୍ବ

    ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଶତପ୍ରତିଶତ ଅନ୍‌ଲାଇନ୍‌ରେ ହେବ ଫର୍ମପୂରଣ

    ଫଳାଫଳକୁ ୨ ମାସ ପୁରିଲା, ନିଯୁକ୍ତି ପତ୍ର ଅପେକ୍ଷାରେ ଫାର୍ମାସି ଅଫିସର ଓ ବହୁମୁଖୀ ପୁରୁଷ ସ୍ଵାସ୍ଥ୍ୟକର୍ମୀ

    SUM Ultimate Medicare Hosts Landmark CME on Male Sexual Dysfunction and Male Infertility – AndroXcell 2025

    ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ପୁରୁଷ ଯୌନ ଅକ୍ଷମତା ଏବଂ ବନ୍ଧ୍ୟାତ୍ୱ ସମ୍ପର୍କିିତ ସିଏମ୍‌ଇ ଆଣ୍ଡ୍ରୋଏକ୍ସଏଲ୍ ୨୦୨୫ ଆୟୋଜିତ