ଓଡି଼ଶାରେ ପାଖାପାଖି ୫ ଲକ୍ଷ ଟଙ୍କାର ପୁଞ୍ଜି ନିବେଶ ନେଇ ଆଶା

ଭୁବନେଶ୍ବର: ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ । ଉତ୍କର୍ଷ ଓଡ଼ିଶା କନକ୍ଲେଭର ଶୁଭ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜିଠାରୁ ଦୁଇ ଦିନ ଧରି ଚାଲିବ ଏହି ଶିଳ୍ପ ମହାକୁମ୍ଭ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି କଡ଼ା ସୁରକ୍ଷା ବଳୟରେ ରହିଛି ରାଜଧାନୀ । ଭୁବନେଶ୍ବରରେ ମୁତୟନ ହୋଇଛନ୍ତି ୬୦ ପ୍ଲାଟୁନ ପୋଲିସ ଫୋର୍ସ । ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ପରେ ସେଠାରୁ ସିଧା ଜନତା ମଇଦାନକୁ ଆସିଥିଲେ ପ୍ରଧାନମନ୍ତ୍ରୀ । ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟୀ, ମନ୍ତ୍ରିମଣ୍ଡଳ ସମେତ ବହୁ ବିଶିଷ୍ଟ ଶିଳ୍ପପତି ଉପସ୍ଥିତ ଅଛନ୍ତି ।
ଉତ୍କର୍ଷ ଓଡ଼ିଶା କାର୍ୟ୍ୟକ୍ରମରୁ ଓଡି଼ଶାରେ ପାଖାପାଖି ୫ ଲକ୍ଷ ଟଙ୍କାର ପୁଞ୍ଜି ନିବେଶ ନେଇ ଆଶା ରହିଛି । ଫଳରେ ଦେଶର ଶ୍ରେଷ୍ଠ ୫ଟି ଅର୍ଥନୀତି ରାଜ୍ୟ ମଧ୍ୟରେ ଓଡ଼ିଶାର ସ୍ଥାନ ପାଇବାର ଲକ୍ଷ୍ୟ ନେଇ ଆୟୋଜନ ହୋଇଛି ଏହି କାର୍ୟ୍ୟକ୍ରମ । ଶ୍ରମିକ, କୃଷକଙ୍କ ପରି ସାଧାରଣ ଲୋକଙ୍କ ପାଇଁ ମଧ୍ୟ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଗତ ୪ ମାସ ହେବ ବିଭିନ୍ନ ସ୍ଥାନରେ ନିବେଶକ ସମ୍ମିଳନୀ ଓ ରୋଡ଼ ସୋ କରିଛନ୍ତି ସରକାର । ଦିଲ୍ଲୀ, ମୁମ୍ବାଇ ଓ ପରେ ସିଙ୍ଗାପୁରରେ ପ୍ରମୋସନାଲ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଛି । ଚଳିତ ଇନଭେଷ୍ଟର୍ସ ମିଟ୍‌ରେ ୫ ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବ ଆସିବାର ଆଶା ରଖିଛନ୍ତି ସରକାର । ଯାହା ଫଳରେ ରାଜ୍ୟରେ ୩.୫ ଲକ୍ଷରୁ ଅଧିକ ନିଯୁକ୍ତି ସମ୍ଭାବନା ମଧ୍ୟ ସୃଷ୍ଟି ହୋଇପାରିବ । ଏହି କାର୍ୟ୍ୟକ୍ରମରେ ୧୦୦ରୁ ଅଧିକ ନିବେଶକ ଚୁକ୍ତି ସ୍ବାକ୍ଷର କରିବାର ସମ୍ଭାବନା ରହିଛି ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ