ଓଲଟିଲା ଟ୍ରାଭେଲର : ଜଣେ ମୃତ

ସିମୁଳିଆ : ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ମାଟିଆପଡ଼ା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୪ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ଭୁବନେଶ୍ୱର ଡୁଡୁମ୍ବା ଅଞ୍ଚଳରୁ କିଛି ଲୋକ କଲିକତାକୁ ଏକ ବିବାହ କାର୍ୟ୍ୟରେ ଯୋଗ ଦେବା ପାଇଁ ଯାଇଥିଲେ। ବିବାହ କାର୍ୟ୍ୟ ସାରି ସେଠାରୁ ଡୁଡୁମ୍ବାକୁ ଏକ ଟ୍ରାଭେଲର ଯୋଗେ ଫେରୁଥିବାବେଳେ ସିମୁଳିଆ ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ମାଟିଆପଡା ଛକ ନିକଟରେ ଗାଡି ଚାଳକର ଆଖି ଲାଗିଯିବାରୁ ଭାରସାମ୍ୟ ହରାଇ ନୟନଯୋରୀକୁ ଓଲଟି ଗଛରେ ପିଟି ହୋଇଯାଇଥିଲା। ଏଥିରେ ଶୋଏବ ଅନସାରୀ ମୃତ୍ୟୁ ବରଣ କରିଥିବା ବେଳେ ଛୋଟ ପିଲାଙ୍କ ସମେତ ୧୪ଜଣ ଗୁରୁତର ହୋଇଥିବା ଜଣାପଡିଛି। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ସିମୁଳିଆ ମେଡିକାଲ ଏବଂ ପରେ ଭଦ୍ରକ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଘଟଣା ସ୍ଥଳରେ ସିମୁଳିଆ ପୁଲିସ୍‌ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

  • Related Posts

    ଟିଟିଲାଗଡ଼ ରାଜ୍ୟର ସବୁଠୁ ତତଲା ସହର

    ଭୁବନେଶ୍ୱର: ଜଳୁଛି ଓଡ଼ିଶା। ପଶ୍ଚିମରେ ଅସମ୍ଭାଳ ତାତି। ୪୦ ଡିଗ୍ରୀ ଉପରେ ୮ ସହର। ଗତକାଲି ୪୧.୭ ଡିଗ୍ରୀ ସହିତ ରାଜ୍ୟର ସବୁଠୁ ତତଲା ସହର ପାଲଟିଥିଲା ଟିଟିଲାଗଡ଼। ସେହିଭଳି ସମ୍ବଲପୁର ଏବଂ ହୀରାକୁଦରେ ୪୧.୫ ଡିଗ୍ରୀ ଲେଖାଏଁ ତାପମାତ୍ରା ରେକର୍ଡ…

    Continue reading
    OUSSSC ପାଇଁ ୭୨ଟି ନୂତନ ପଦବୀ ସୃଷ୍ଟି

    ଭୁବନେଶ୍ୱର: OUSSSC ପାଇଁ ୭୨ଟି ନୂତନ ପଦବୀ ସୃଷ୍ଟି କଲେ ରାଜ୍ୟ ସରକାର। ଓଡ଼ିଶା ୟୁନିଫର୍ମଡ୍ ସର୍ଭିସେସ୍ ଷ୍ଟାଫ୍ ସିଲେକ୍ସନ କମିଶନ ବା OUSSSCର ସାଂଗଠନିକ ଦକ୍ଷତା ବୃଦ୍ଧି ପାଇଁ ନୂତନ ପଦବୀ ସୃଷ୍ଟି କରିବାକୁ ସରକାର ଅନୁମୋଦନ ଦେଇଛନ୍ତି। ସଚିବ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ