ଓଲଟିଲା ତୀର୍ଥଯାତ୍ରୀ ବସ୍ : ଜଣେ ଯାତ୍ରୀ ମୃତ, ୨୦ ଆହତ

ସୋର: ପହିଲି ରଜରେ ଅଘଟଣ । ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ । ଜଣେ ଯାତ୍ରୀ ମୃତ, ୨୦ ଆହତ । ୧୬ ନମ୍ବର ଜାତୀୟ ରାଜପଥ ସୋର ଥାନା ବିଦୁ ଠାରେ ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା ।
ସୂଚନା ଅନୁଯାୟୀ, ଶ୍ରୀ ଲକ୍ଷ୍ମୀ ନାମକ ଘରୋଇ ବସରେ ତୀର୍ଥଯାତ୍ରୀ ମାନେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍ ରୁ କୋଲକାତା ବୁଲିବାକୁ ଯାଇଥିଲେ । କୋଲକାତାରୁ ପୁରୀ ଫେରୁଥିବା ବେଳେ ସୋରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି ବସ୍ । ଭାରସାମ୍ୟ ହରାଇ ବସଟି ଡିଭାଡରରେ ପିଟି ହୋଇଥିଲେ । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ଜଣ ଆହତ ହୋଇଥିବା ସୂଚନା ରହିଛି । ସମସ୍ତ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ସୋର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବସ୍ ରେ ୫୩ ଜଣ ତୀର୍ଥ ଯାତ୍ରୀ ଥିଲେ l

  • Related Posts

    ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ

    ଦେବଗଡ଼:ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ କରାଯାଇଛି। ଦେବଗଡ କଲେଜସ୍ଥିତ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଜିଲ୍ଲା ଯୋଗାଣ ଅଧିକାରୀ କିଶୋର ମହାରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି, ଉପଜିଲ୍ଲାପାଳ ପରୀକ୍ଷିତ…

    Continue reading
    ବ୍ଲକସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ

    ଦେବଗଡ଼: ବାରକୋଟସ୍ଥିତ ଡାକବଙ୍ଗଳାରେ ଆଜି ବ୍ଲକ୍‌ସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି। ମଞ୍ଚର ସଭାପତି ପଞ୍ଚାନନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ବାରକୋଟଠାରେ ନିର୍ମିତ ଶବ ବ୍ୟବଚ୍ଛେଦ ଗୃହ କାର୍ଯ୍ୟକ୍ଷମ କରିବା, ଉଭୟ ବ୍ଲକ୍‌ ଓ ବଣେଇ ଛକରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ