ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର

କାମାକ୍ଷାନଗର: ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତଥା ତୁମୁସିଂହା ଥାନା ଅନ୍ତର୍ଗତ କନ୍ତିଓକାଟେଣୀ ଗ୍ରାମ ନିକଟବର୍ତ୍ତୀ ରେଙ୍ଗାଲି କେନାଲ ରାସ୍ତାରେ ଯାତ୍ରୀବାହୀ ବସ ଓଲଟି କୋଡିଏ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ପରଜଙ୍ଗ ଥାନା କୁମୁସୀ ଗ୍ରାମରୁ ଜଗନ୍ନାଥ ନାମକ ଏକ ଯାତ୍ରୀବାହୀ ବସ ଶୁକ୍ରବାର ଭୁବନେଶ୍ୱର ଅଭିମୁଖେ ଯାଉଥିଲା । ନ୍ତିଓକାଟେଣୀ ଗ୍ରାମ ଦେଇ ଯାଇଥିବା ରେଙ୍ଗାଲି କେନାଲ ରାସ୍ତାରେ ବସଟି ଯାଉଥିବା ସମୟରେ ଭରସାମ୍ୟ ହରାଇ କେନାଲ ମଧ୍ୟକୁ ଓଲଟି ପଡିଥିଲା। ଫଳରେ ବସରେ ଥିବା ୫୦ରୁ ଅଧିକ ଯାତ୍ରୀଙ୍କ ମଧ୍ୟରୁ କୋଡିଏ ରୁ ଉର୍ଦ୍ଧ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତ ମାନଙ୍କୁ ଉଦ୍ଧାର କରି ଅଁଳାବେରେଣି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବା ସୂଚନା ମିଳିଛି ।

  • Related Posts

    ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଅଗଷ୍ଟ ପର୍ଯ୍ୟନ୍ତ ୧୪ ବର୍ଷା

    ଭୁବନେଶ୍ବର: ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ରହିଛି । ଆଜି ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୂରଭଞ୍ଜ,…

    Breastfeeding brings the child closer to the mother’s heart : Dy CM Smt. Pravati Parida

    Bhubaneswar: The State-Level celebration of World Breastfeeding Week 2025 was held today at the Lok Seva Bhawan Convention Centre in Bhubaneswar, under the leadership of the Department of Women and…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଅଗଷ୍ଟ ପର୍ଯ୍ୟନ୍ତ ୧୪ ବର୍ଷା

    ସିପିଆର୍‌ ଦେଇ ଯୁବକଙ୍କ ଜୀବନ ରକ୍ଷା ଟ୍ରାଫିକ୍‌ ପୁଲିସ

    ୫୧ତମ ଜାତୀୟ କନିଷ୍ଠ ସନ୍ତରଣ ପ୍ରତିଯୋଗିତା: ସାଇ ସ୍ବରୂପଙ୍କୁ ୨ଟି ସ୍ବର୍ଣ୍ଣ

    ଘର ଦେବା ନାଁରେ ୨.୧୫ କୋଟି ଲୁଟ୍, ଠକ ଦମ୍ପତି ଗିରଫ

    ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି

    ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର