ଓୟୁଏଟି ଅଧୀନରେ ଖୋଲିବ 4 ମହାବିଦ୍ୟାଳୟ

ଭୁବନେଶ୍ବର: କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଶିକ୍ଷା, ଗବେଷଣା, ପ୍ରସାର ଏବଂ ଦକ୍ଷତା ବିକାଶ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ଆହୁରି 4 ଟି ମହାବିଦ୍ୟାଳୟ ଖୋଲିବାକୁ ଯାଉଛନ୍ତି । କୃଷି ଶିକ୍ଷାର ପ୍ରସାର ପାଇଁ ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ମୟୂରଭଞ୍ଜ ଓ ବଲାଙ୍ଗୀର ଜିଲ୍ଲାରେ ଦୁଇଟି ନୂତନ କୃଷି ମହାବିଦ୍ୟାଳୟ, ସମ୍ବଲପୁରରେ ଫିଜିଓଥେରାପି ଓ ପଶୁପାଳନ ମହାବିଦ୍ୟାଳୟ ଏବଂ ସୁବର୍ଣ୍ଣପୁର ଜିଲ୍ଲାରେ ମାଛବିଜ୍ଞାନ ମହାବିଦ୍ୟାଳୟ ସ୍ଥାପନ କରାଯାଉଛି ।

ମୟୂରଭଞ୍ଜ କୃଷି ମହାବିଦ୍ୟାଳୟ ପାଇଁ ୨୪ଟି ଶିକ୍ଷକ ଓ ୫୩ଟି ଅଣଶିକ୍ଷକ ପଦବୀ ଅନୁମୋଦିତ ହୋଇଛି। ଏହି ମହାବିଦ୍ୟାଳୟର ସମସ୍ତ ୬୦ଟି ସିଟରେ ନାମଲେଖା ସରିଛି । ଓୟୁଏଟି ଅଧୀନରେ ଖୋଲିବାକୁ ଥିବା ୪ଟି ନୂଆ କଲେଜର ପ୍ରସ୍ତୁତି ଏବେ ଜୋର୍‌ଦାର ହୋଇଛି । ଏନେଇ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଓ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏକ ସମୀକ୍ଷା ବୈଠକ କରିଛନ୍ତି ।

ସମୀକ୍ଷାରୁ ଜଣାପଡ଼ିଛି ଯେ, ଚାରୋଟି କଲେଜର ଡିପିଆର ପ୍ରସ୍ତୁତ ହୋଇସାରିଛି । ସ୍ଥାୟୀ ଓ ଅସ୍ଥାୟୀ କ୍ୟାମ୍ପସ ପାଇଁ ଜମି ଚିହ୍ନଟ ମଧ୍ୟ ଶେଷ ହୋଇଛି । ଏହି ୪ଟି କଲେଜ ପାଇଁ ସରକାର ୫୦ କୋଟି ଟଙ୍କାର ବଜେଟ୍‌ ଆବଣ୍ଟନ କରିଛନ୍ତି ।ମୟୂରଭଞ୍ଜରେ ହେବାକୁ ଥିବା କୃଷି ମହାବିଦ୍ୟାଳୟ ପାଇଁ ୭୭ଟି ପଦବୀ ସୃଷ୍ଟି ହୋଇଛି । ଏଥିରେ ୨୪ଟି ଶିକ୍ଷକ ଓ ୫୩ଟି ଅଣଶିକ୍ଷକ ପଦବୀ ରହିଛି । ଚଳିତ ଶିକ୍ଷାବର୍ଷରୁ ଏହି କଲେଜରେ ୬୦ ଜଣ ଛାତ୍ରଛାତ୍ରୀ ନାମ ଲେଖାଇ ସାରିଛନ୍ତି । ଖୁବଶୀଘ୍ର ସେମାନଙ୍କ ପାଠପଢ଼ା ଆରମ୍ଭ ହେବ ।

ଅନ୍ୟପକ୍ଷରେ ସମ୍ବଲପୁର, ସୋନପୁର ଓ ବଲାଙ୍ଗିରରେ ପ୍ରତିଷ୍ଠା ହେବାକୁ ଥିବା ୩ଟି କଲେଜରେ ଆସନ୍ତା ଶିକ୍ଷାବର୍ଷରୁ ନାମଲେଖା ଓ ପାଠପଢ଼ା ଆରମ୍ଭ କରିବାକୁ ଯୋଜନା ରହିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଓ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।

ବୈଠକରେ କୃଷି ବିଭାଗର ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଧବ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ଶାସନ ସଚିବ ପ୍ରେମଚନ୍ଦ୍ର ଚୌଧୁରୀ, ଓୟୁଏଟି କୁଳପତି ଡ. ପ୍ରଭାତ କୁମାର ରାଉଳଙ୍କ ସମେତ ସମ୍ପୃକ୍ତ ୪ ଜିଲ୍ଲାର ଜିଲ୍ଲାପାଳମାନେ ଭିଡିଓ କନଫରେନ୍ସିଂରେ ଯୋଗ ଦେଇଥିଲେ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ