କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ ନଜର ରଖିବା ପାଇଁ ସାଦା ପୋଷାକରେ ପୁଲିସ ମୁତୟନ ହେବେ। ଏସବୁକୁ ଡିଜିପିଙ୍କ କାର୍ଯ୍ୟାଳୟ ଓ ଅନ୍ୟ ବରିଷ୍ଠ ଅଧିକାରୀ ମନିଟର କରିବେ। ଗଣତାନ୍ତ୍ରିକ ଉପାୟରେ ଆନ୍ଦୋଳନ ହେଉ। କିନ୍ତୁ କୌଣସି ନେତା ବା କର୍ମୀ ଆଇନକୁ ହାତକୁ ନିଅନ୍ତୁ ନାହିଁ ବୋଲି ସୂଚନା ଦେଇଛନ୍ତି ପୁଲିସ କମିଶନର ଏସ୍.ଦେବଦତ୍ତ. ସିଂ। ଲୋକସେବା ଭବନ, ବିଧାନସଭା , ରାଜୀବ ଭବନ, ବିଭିନ୍ନ ଭିଭିଆଇପିଙ୍କ ବାସଭବନ ନିକଟରେ ସୁରକ୍ଷା ବ୍ୟବସ୍ଥା କଡାକଡି ହେବ। ରେଳରୋକ ହିଂସାର ପନ୍ଥା ଆପଣାଇଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୁଲିସ କମିଶନର।

  • Related Posts

    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading
    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ