କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ଵର ପ୍ରଧାନ

ଏଥର ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ। ଜୁରୀ ସଦସ୍ୟମାନେ କଂସ ଭୂମିକା ପାଇଁ ତାଙ୍କ ନାଁ ଉପରେ ମାରିଛନ୍ତି ମୋହର। ଉତ୍ତମ ଅଭିନୟ ଓ ଉଚ୍ଚକୋଟୀର ସଂଳାପ ପାଇଁ ଅନ୍ୟ ତିନି ଜଣଙ୍କୁ ପଛରେ ପକାଇ ଭୁବନେଶ୍ୱର ପ୍ରଧାନ ବାଜି ମାରିଛନ୍ତି।
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି। ଶେଷଥର ପାଇଁ ସେ ୨୦୨୦ରେ କଂସ ମହାରାଜା ଭୂମିକାରେ ଅଭିନୟ କରିଥିଲେ।
ପୁଣି ଥରେ ଏହି ଭୂମିକାରେ ଅଭିନୟ କରିବା ପାଇଁ ସୁଯୋଗ ପାଇବା ପରେ ଭୁବନେଶ୍ୱର ପ୍ରଧାନ କହିଛନ୍ତି, ଏଥର ସୁଯୋଗ ମିଳିଥିବାରୁ ମୁଁ ଆନନ୍ଦିତ ଓ ଗର୍ବିତ। ଧନୁଯାତ୍ରା ପାଇଁ ଆଉ ମାସେ ସମୟ ଅଛି। ନୂତନ ସଂଳାପ, ନୂତନ ଅଭିନୟ ଓ ନୂତନ ପୌରାଣିକ କଥାବସ୍ତୁକୁ ନେଇ ଏଥର କମ୍ପିବ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା।

ଆସନ୍ତା ଜାନୁଆରୀ ୩ ତାରିଖରୁ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହା ହେବ ୭୭ତମ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହା ଜାନୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ।

ଗତ ଦୁଇ ବର୍ଷ ଧରି ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ହୃଷିକେଶ ଭୋଇ । ସେ ଏ ବର୍ଷ ମଧ୍ୟ ଏହି ଭୂମିକାରେ କରିଥା’ନ୍ତେ। କିନ୍ତୁ ସରକାରୀ ଚାକିରି କରୁଥିବା ହୃଷିକେଶ ଭୋଇ ଲାଞ୍ଚ ନେଇ ନିଲମ୍ବିତ ହେବା ପରେ ତାଙ୍କୁ ଏଥର କଂସ ଭୂମିକାରେ ଅଭିନୟ କରିବାକୁ ଅନୁମତି ଦେବା ଉଚିତ୍ ହେବ ନାହିଁ ବୋଲି କହିଥିଲା ବରଗଡ଼ ଧନୁଯାତ୍ରା କଳାକାର ସମନ୍ୱୟ କମିଟି। ଏହି କମିଟି ସୁପାରିଶ କରିଥିଲା ଯେ, ଯେହେତୁ ତାଙ୍କ (ହୃଷିକେଶ ଭୋଇ) ବିରୋଧରେ ଅଭିଯୋଗ ଆସିଛି ଓ ସେ ଦୋଷ ମୁକ୍ତ ହୋଇନାହାନ୍ତି, ତେଣୁ ଏଥର ସେ ଧନୁଯାତ୍ରାରେ ଅଭିନୟ କଲେ ଏହାର ମର୍ଯ୍ୟାଦା ଓ ଗାରିମା କମିଯାଇପାରେ। ସେ ଦୋଷମୁକ୍ତ ନହେବା ପର୍ଯ୍ୟନ୍ତ ତାଙ୍କୁ ଅବ୍ୟାହତି ଦେବାକୁ ସେମାନେ ପ୍ରସ୍ତାବ ଦେଇଥିଲେ। ଆଉ ସେମାନଙ୍କ ସୁପାରିଶକୁ କାର୍ଯ୍ୟକାରୀ କମିଟି ଗ୍ରହଣ କରିଥିଲା।

ଏଥର କେବଳ ଗୋଟିଏ ବର୍ଷ ପାଇଁ କଂସ ଭୂମିକାରେ ଅଭିନୟ କରିବା ପାଇଁ କଳାକାର ବଛା ଯାଇଥିବାରୁ ପୂର୍ବଭଳି ଚୟନ କରାଯାଇନଥିଲା। ୨୦୨୨ କଂସ ଚୟନ ପ୍ରକ୍ରିୟାରେ ଭାଗ ନେଇ ୨ରୁ ୫ ନମ୍ବର ସ୍ଥାନରେ ରହିଥିବା ୪ କଳାକାରଙ୍କୁ ଅଡିସନ ପାଇଁ ଡକା ଯାଇଥିଲା। ଆଉ ସେମାନଙ୍କ ମଧ୍ୟରୁ ଭୁବନେଶ୍ୱର ପ୍ରଧାନଙ୍କୁ ବାଛିଛନ୍ତି ଜୁରୀ ସଦସ୍ୟ।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !