କଟକ ଗୋଷ୍ଠୀ ସଂଘର୍ଷ ଘଟଣାକୁ ନିନ୍ଦା କଲେ ନବୀନ

ଭୁବନେଶ୍ବର : ଦଶହରା ଭସାଣି ସମୟରେ କଟକ ଦରଘା ବଜାରରେ ଘଟିଥିବା ଗୋଷ୍ଠୀ ସଂଘର୍ଷ ଘଟଣାକୁ ଦୃଢ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଭାଇଚାରାର ସହର କଟକରେ ଏପରି ଅପ୍ରୀତିକର ସ୍ଥିତି ବେଶ ଚିନ୍ତାଜନକ ବୋଲି କହିଛନ୍ତି ନବୀନ ।ସେ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି କି, ଦଶହରା ଭସାଣି ସମୟରେ କଟକ ଦରଘା ବଜାରରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ଦୃଢ଼ ନିନ୍ଦା କରୁଛି। ଭାଇଚାରାର ସହର କଟକରେ ଏପରି ଅପ୍ରୀତିକର ସ୍ଥିତି ବେଶ ଚିନ୍ତାଜନକ। ଭସାଣି ସମୟରେ ଢେଲା ପଥର, ବୋତଲ ମାଡ଼ ପରି ଘଟଣା ଏକ ବଡ଼ ସମ୍ବେଦନଶୀଳ ଦିଗକୁ ଇଙ୍ଗିତ କରୁଛି। ଶାନ୍ତିପ୍ରିୟ ଓଡ଼ିଶାରେ ଏ ଅଶାନ୍ତିର ବାତାବରଣ କଦାପି ଗ୍ରହଣୀୟ ନୁହେଁ।
ଏପରି ସ୍ଥିତିକୁ ନିୟନ୍ତ୍ରଣ କରିବା ଆଗରେ ପୋଲିସ ପ୍ରଶାସନ ସମ୍ପୂର୍ଣ୍ଣ ଅସହାୟ ମନେ ହେଉଛି। ବିଜେପି ସରକାରରେ ପୋଲିସ ଉପରେ ରହୁଥିବା ଚାପ ରାଜ୍ୟରେ ଆଇନଶୃଙ୍ଖଳାକୁ ବିଗାଡ଼ି ଦେଉଛି। ପରସ୍ପର ମଧ୍ୟରେ ସୌହାର୍ଦ୍ଦ୍ୟ ଓ ସଦଭାବନା ବଜାୟ ରଖିବା ଆମ ସମସ୍ତଙ୍କ ପ୍ରଥମ ଲକ୍ଷ୍ୟ ଏବଂ କର୍ତ୍ତବ୍ୟ ହେଉ। ସମାଜରେ ଶାନ୍ତି ଓ ମୈତ୍ରୀ ବଜାୟ ରହୁ।

  • Related Posts

    ବିଶ୍ୱ ସ୍ତନ୍ୟପାନ ସପ୍ତାହ ଉପଲକ୍ଷେ ସଚେତନତା ସଭା

    ଦେବଗଡ଼:ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଆପ୍ରାଇଜ୍ ନର୍ସିଂ କଲେଜରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ଉପଲକ୍ଷେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମରେ ସିଡିଏମଓ ଡା.ସଂଘମିତ୍ରା ପଣ୍ଡା ମୁଖ୍ୟଅତିଥି,ଭାରପ୍ରାପ୍ତ ସହକାରୀ ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଅମରେଶ ଶତପଥି ସମ୍ମାନିତ ଅତିଥି ଭାବେ ଯୋଗଦେଇ…

    Continue reading
    ଲଗାଣ ବ‌ର୍ଷାରେ ଅସୁରଖୋଳ ରାସ୍ତାରେ ବୋହୁଛି ପାଣି

    ଦେବଗଡ଼:ଦେବଗଡ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ତିଲେଇବଣି ବ୍ଲକର ଅସୁରଖୋଳ ଗ୍ରାମରେ ଥିବା ପୋଲରେ ପାହାଡି ନାଳର ପାଣି ବୋହିବା ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। ଉକ୍ତ ଗ୍ରାମରେ ପ୍ରାୟ ୧୦୦ରୁ ଉର୍ଦ୍ଧ୍ବ ପରିବାର ବସବାସ କରୁଛନ୍ତି। ସେହି ରାସ୍ତା ସେମାନଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ