କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ:୬ ଗିରଫ

କଟକ: ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରଯାଇଥିବା ଅଭିଯୋଗ ହୋଇଛି।  ଛାତ୍ରୀଙ୍କ ବୟଫ୍ରେଣ୍ଡ୍ ଓ ତା’ସାଙ୍ଗ ମାନେ ମିଶି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ଆପତ୍ତିଜନକ ଭିଡିଓ ଉଠାଇ ବ୍ଲାକମେଲ କରିବା ସହ ବାରମ୍ବାର ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ ହୋଇଛି। ପୁଲିସ ଏହି ଘଟଣାରେ ବୟଫ୍ରେଣ୍ଡ ସହ ୬ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।

ଅଭିଯୁକ୍ତ ମାନଙ୍କ ମଧ୍ୟରେ ୩ ଜଣ ହେଉଛନ୍ତି ଝାଞ୍ଜିରିମଙ୍ଗଳା ଅଞ୍ଚଳର। ବାରଙ୍ଗ ଅଞ୍ଚଳର ଜଣେ କାଫେ ମାଲିକ, ଭଗବତପୁର ଅଞ୍ଚଳର ଅଭିଯୁକ୍ତ ସହ ଖୋର୍ଦ୍ଧା ନୟାଗଡ଼ ଅଞ୍ଚଳର ଜଣେ ଅଭିଯୁକ୍ତ ରହିଛନ୍ତି।ଗତ ଦଶହରା ବେଳେ କଟକ ପୁରୀଘାଟ ଥାନା ଅଞ୍ଚଳର ଏକ କାଫେରେ ଛାତ୍ରୀ ଜଣକ ତାଙ୍କ ବୟଫ୍ରେଣ୍ଡ୍ ସହ ଜନ୍ମଦିନ ପାଳନ କରିଥିଲେ। ସେଠାରେ ଛାତ୍ରୀଙ୍କ ଅଜାଣତରେ ଆପତ୍ତିଜନକ ଭିଡ଼ିଓ ଉତ୍ତୋଳନ କରିଥିଲା ଅଭିଯୁକ୍ତ ବୟଫ୍ରେଣ୍ଡ୍। ଏଥିରେ ସହଯୋଗ କରିଥିଲେ କାଫେ ଚଳାଉଥିବା ଭରତପୁର ଅଞ୍ଚଳର ଯୁବକ। ଏହି ଭିଡିଓ ରଖି କାଫେ ମାଲିକ ଓ ବୟଫ୍ରେଣ୍ଡ ତାଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକିଥିଲେ। ଛାତ୍ରୀ ଜଣକ ସେଠାରେ ପହଞ୍ଚିବା ପରେ ତାଙ୍କୁ ଗଣଦୁଷ୍କର୍ମ କରିଥିବା ନେଇ ବାଦାମବାଡ଼ି ଥାନାରେ ଅଭିଯୋଗ ହୋଇଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ