କଳିଙ୍ଗ ଷ୍ଟାଡିୟମରେ ମ୍ୟାଚ୍‌ ଦେଖିଲେ ମୁଖ୍ୟମନ୍ତ୍ରୀ

କଟକ: କଳିଙ୍ଗ ଷ୍ଟାଡ଼ିୟମରେ ରବିବାର ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)-୨୦୨୪-୨୫ର ଓଡ଼ିଶା ଏଫ୍‌ସି ଓ ମୋହନ ବାଗାନ ସୁପରଜାଏଣ୍ଟ୍‌ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ୧-୧ ଗୋଲ୍‌ରେ ଶେଷ ହୋଇଛି। ମ୍ୟାଚ ଗୋଲଶୂନ୍ୟ ରହିବାରୁ ଦୁଇ ଦଳ ୧ ପଏଣ୍ଟ ଲେଖାଏଁ ପାଇଛନ୍ତି।
ଘରୋଇ ପଡ଼ିଆରେ ଓଡ଼ିଶା ଖେଳିଥିବା ଏଫ୍‌ସି ପ୍ରାରମ୍ଭରୁ ଗୋଲ ଦେଇ ଅଗ୍ରଣୀ ହାସଲ କରିଥିଲା। ୪ ମିନିଟ୍‌ରେ ଓଡ଼ିଶା ଏଫ୍‌ସି ପକ୍ଷରୁ ହୋଗୋ ବୋମାସ ଗୋଲ ଦେଇ ଓଡ଼ିଶା ଏଫ୍‌କୁ ୧-୦ରେ ଆଗୁଆ କରିଥିଲେ। ମୋହନବାଗାନ ସୁପରଜାଏଣ୍ଟ୍‌ସ ଗୋଲ ବରାବର କରିବା ନେଇ ଘନଘନ ଆକ୍ରମଣ କରିଥିଲା। ପ୍ରଥମ ଅଧଘଣ୍ଟା ଓଡ଼ିଶା ଏଫ୍‌ସି ପ୍ରାଧାନ୍ୟ ବିସ୍ତାର କରିଥିଲା। ୩୬ ମିନିଟ୍‌ରେ ମୋହନବାଗାନ ପକ୍ଷରୁ ମାନବୀର ସିଂହ ଗୋଲ ଦେଇ ମ୍ୟାଚକୁ ୧-୧ ବରାବର କରିଥିଲେ। ପ୍ରଥମାର୍ଦ୍ଧ ଖେଳ ୧-୧ ଗୋଲ ବରାବରରେ ଶେଷ ହୋଇଥିଲା। ଦ୍ବିତୀୟାର୍ଦ୍ଧରେ ଦୁଇ ଦଳ ଗୋଲ ଦେବା ନେଇ ଆକ୍ରମଣ ଓ ପ୍ରତି ଆକ୍ରମଣ କରିଥିଲେ ମଧ୍ୟ କେହି କାହାରିକୁ ଗୋଲ ଦେଇ ପାରିନଥିଲେ। ଫଳରେ ମ୍ୟାଚ ୧-୧ ଗୋଲ ବରାବରରେ ଶେଷ ହୋଇଥିଲା। ଓଡ଼ିଶା ଏଫ୍‌ସି ୮ଟି ମ୍ୟାଚରୁ ୨ଟି ବିଜୟ, ୩ଟି ଡ୍ର ଓ ୩ଟି ପରାଜୟ ସହ ୯ପଏଣ୍ଟ ପାଇ ଟେବୁଲର ୯ମ ସ୍ଥାନରେ ରହିଛି। ଅନ୍ୟପକ୍ଷରେ ମୋହନ ବାଗାନ ସୁପରଜାଏଣ୍ଟ୍‌ସ ୭ଟି ମ୍ୟାଚରୁ ୪ଟି ବିଜୟ, ଦୁଇଟି ଡ୍ର ଓ ଗୋଟିଏ ପରାଜୟ ସହ ୧୪ ପଏଣ୍ଟ ପାଇ ଟେବୁଲର ଦ୍ବିତୀୟ ସ୍ଥାନରେ ରହିଛି। ମ୍ୟାଚ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦଳର ଖେଳାଳିଙ୍କ ସହ ପରିଚିତ ହୋଇଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ଷ୍ଟାଡ଼ିୟମରେ ବସି ଆରମ୍ଭରୁ ଶେଷ ପର‌୍ୟ୍ୟନ୍ତ ମ୍ୟାଚ ଦେଖିଥିଲେ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ