କାଲିଠୁ ଶ୍ରୀମନ୍ଦିରର ଚାରି ଦ୍ଵାର ଦେଇ ପ୍ରବେଶ କରିବେ ଭକ୍ତ

ଆସନ୍ତାକାଲି (ଶନିବାର) ଠାରୁ ସମସ୍ତ ଚାରି ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ଶ୍ରଦ୍ଧାଳୁମାନେ ସମସ୍ତ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ, କିନ୍ତୁ କେବଳ ୩ଟି ଦ୍ୱାର ଦେଇ ପ୍ରସ୍ଥାନ କରିବେ। ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ପ୍ରସ୍ଥାନ କରିପାରିବେ। ସିଂହଦ୍ୱାରରେ ଶ୍ରଦ୍ଧାଳୁଙ୍କ ପ୍ରସ୍ଥାନକୁ ସଂପୂର୍ଣ୍ଣ ବାରଣ କରାଯାଇଛି। ତେବେ ସେବକ ତଥା ତାଙ୍କ ପରିବାର ବର୍ଗ ସମସ୍ତ ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ।
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ ଶ୍ରୀମନ୍ଦିର ନାଟମଣ୍ଡପଠାରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା ଏବେ ବିଚାରାଧୀନ ରହିଛି। ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପରିଚାଳନା କମିଟିଙ୍କ ପରାମର୍ଶ ଓ ଅନୁମୋଦନ ପରେ ଏହା କାର୍ଯ୍ୟକାରୀ ହେବ।

କାର୍ତ୍ତିକ ମାସ ପରବର୍ତ୍ତୀ ଦର୍ଶନ ବ୍ୟବସ୍ଥା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ସେହି ବୈଠକରେ ଜିଲ୍ଲାପାଳ, ଏସ୍‌ପିଙ୍କ ସହିତ ଶ୍ରୀମନ୍ଦିର ତଥା ପୁଲିସ ପ୍ରଶାସନର ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ। ଏହି ବୈଠକରେ ହୋଇଥିବା ନିଷ୍ପତ୍ତି ପ୍ରକାରେ ଆସନ୍ତାକାଲିଠାରୁ ସମସ୍ତ ଚାରି ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ।

Related Posts

ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା:ଅପରାଜିତା

ଭୁବନେଶ୍ୱର : ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା। ଏଥିସହିତ ଭୁବନେଶ୍ୱର ବିମାନ ବନ୍ଦର ତୃତୀୟ ଏୟାର ଟର୍ମିନାଲ କୁ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଙ୍କ ସହିତ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦର ର…

Continue reading
ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁରରେ ଭୟାବହ ଅଗ୍ନିକାଣ୍ଡ। ଉଲୁଣ୍ଡା ବ୍ଲକ ସାହାଣୀଡିହ ଶ୍ରୀ ଜଗଦମ୍ବା ତେଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି । ଏନେଇ ଖବର ପାଇ ନିଆଁକୁ ଆୟତ୍ତ କରିବା ପାଇଁ ବିନିକା ଅଗ୍ନିଶମ ବିଭାଗ ଉଦ୍ୟମ ଜାରି ରଖିଛି । ଫ୍ୟାକ୍ଟ୍ରିରେ ନିଆଁ…

Continue reading

Leave a Reply

Your email address will not be published. Required fields are marked *

You Missed

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ