କାଲି ଆସିବେ ନୂଆ ରାଜ୍ୟପାଳ, ୩ରେ ଶପଥ

ଭୁବନେଶ୍ୱର: ଓଡ଼ିଶାର ନୂଆ ରାଜ୍ୟପାଳ ହରି ବାବୁ କମ୍ଭମପତି ଆସନ୍ତାକାଲି ଓଡ଼ିଶା ଆସିବେ ବୋଲି ଜଣାଯାଇଛି । ସେ ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ଆସନ୍ତା ୩ ତାରିଖରେ ସେ ଶପଥ ଗ୍ରହଣ କରିବାକର କାର୍ଯ୍ୟକ୍ରମ ରହିଛି । ନୂଆ ରାଜ୍ୟପାଳ ରାଜଭବନରେ ଶପଥ ନେବେ ।

ସୂଚନା ଅନୁସାରେ, ମିଜୋରାମର ରାଜ୍ୟପାଳ ଡଃ କମ୍ଭାମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଡଃ କମ୍ଭାମପତି ୨୦୨୧ ଜୁଲାଇ ୧୯ତାରିଖରୁ ମିଜୋରାମର ରାଜ୍ୟପାଳ ଅଛନ୍ତି। ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିିତ ହୋଇଥିଲେ।
୧୯୫୩ ମସିହା ଜୁନ୍ ୧୫ତାରିଖରେ ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଜିଲ୍ଲାର ଟିମାସମୁଦ୍ରମ ଗାଁରେ ଜନ୍ମିତ କମ୍ଭାମପତି ଆନ୍ଧ୍ରପ୍ରଦେଶ ବିଶ୍ୱବିଦ୍ୟାଳୟରୁ ଇଲେକ୍ଟ୍ରିକାଲ ଆଣ୍ଡ କଂଟ୍ରୋଲ ସିଷ୍ଟମରେ ମାଷ୍ଟର ଡିଗ୍ରୀ ଓ କଂଟ୍ରୋଲ ସିଷ୍ଟମରେ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ୟୁନିର୍ଭସିଟି ଇଞ୍ଜିନିୟରିଂ କଲେଜରେ ୨୪ବର୍ଷ ଧରି ଆସୋସିଏଟ୍ ପ୍ରଫେସର ଭାବେ କାର୍ୟ୍ୟ କରିଥିଲେ।

  • Related Posts

    ପିଆଜ ଦର ବୃଦ୍ଧି

    କଟକ: ଡାଲି, ତେଲ ,ଚାଉଳ, କଞ୍ଚା ପରିବା ପରେ ଏବେ ପିଆଜ ଦର ବୃଦ୍ଧି ହୋଇଛି । ଯେଉଁ ପିଆଜ ଦର ଗତ କିଛି ଦିନ ତଳେ ସ୍ୱାଭାବିକ ଥିଲା, ଏବେ ହଠାତ୍‌ ବୃଦ୍ଧି ପାଇଛି । ପୂର୍ବରୁ ପିଆଜ କିଲୋପ୍ରତି…

    Continue reading
    ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ

    ଭୁବନେଶ୍ବର: ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ବହିବା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକୁ ପ୍ରବଳରୁ ଅତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ