କାଳବୈଶାଖୀ : ଆଜି ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଓଡ଼ିଶା ଉପରେ ଗୋଟିଏ ଟ୍ରଫ୍‌-ଲାଇନ୍‌ର ପ୍ରଭାବ ରହୁଛି। ଏହାସହ ରାଜ୍ୟକୁ ବଙ୍ଗୋପସାଗର ପଟୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ସ୍ଥିତି ପାଇଁ ପାଗ ଅନୁକୂଳ ରହିଛି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ ବର୍ଷା ପବନ ହୋଇଛି। ରାଜଧାନୀ ଭୁବନେଶ୍ୱର ସମେତ କଟକରେ ପ୍ରାୟ ୪୫ ମିନିଟରୁ ଅଧିକ ସମୟ ଧରି ବର୍ଷା ପବନ ଲାଗି ରହିଥିଲା। କାଳବୈଶାଖୀ ପ୍ରଭାବରେ କଟକରେ ସର୍ବାଧିକ ୭୭.୮ମିମି ବର୍ଷା ସହ ଭାରୀ ବର୍ଷା ରେକର୍ଡ ହୋଇଛି। ସେହିପରି ଭୁବନେଶ୍ୱରରେ ଚନ୍ଦ୍ରଶେଖରପୁର ପଟେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଏହାବ୍ୟତୀତ ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। ଏହି ସବୁ ଜିଲ୍ଲାର କିଛି କିଛି ସ୍ଥାନରେ କୁଆପଥର ସହ ଘଣ୍ଟା ପ୍ରତି ପବନର ବେଗ ୩୦-୪୦ କିମି ଅନୁଭୂତ ହୋଇଛି।
ସେପଟେ ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ। କୁଆପଥର ମାଡ଼ ସହ କିଛିକିଛି ସ୍ଥାନରେ ୫୦ରୁ ୬୦ କିମି ବେଗରେ ପବନ ବହିବା ନେଇ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟରେ ଅଧିକାଂଶ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।ଏଥି ସହିତ ପ୍ରବଳ ବର୍ଷା ପାଇଁ ଆଜି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେ ସବୁ ଜିଲ୍ଲା ହେଉଛି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ। ଏହି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଅନ୍ୟପଟେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆସନ୍ତା ୭ ଦିନ ପର୍ୟ୍ୟନ୍ତ କାଳବୈଶାଖୀର ପ୍ରଭାବ ଜାରି ରହିବ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ