କାଳବୈଶାଖୀ କ୍ଷତିଗ୍ରସ୍ତଙ୍କ ପାଇଁ ୧୯.୬୫ କୋଟି ମଞ୍ଜୁର

ଭୁବନେଶ୍ୱର: ମୟୂରଭଞ୍ଜ ଜିଲାରେ ଗତ ଶୁକ୍ରବାର କାଳବୈଶାଖୀଜନିତ ଝଡ଼ତୋଫାନ ଓ କୁଆପଥର ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଭାବିତ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଦେବା ପ୍ରକ୍ରିୟା ରବିବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ୟ୍ୟାୟ କ୍ଷୟକ୍ଷତି ଆକଳନ ଅନୁଯାୟୀ କ୍ଷତିଗ୍ରସ୍ତଙ୍କ ପାଇଁ ରାଜ୍ୟ ବିପର୍ୟ୍ୟୟ ମୁକାବିଲା ପାଣ୍ଠିରୁ ୧୯ କୋଟି ୬୫ ଲକ୍ଷ ୧୦ ହଜାର ୬୫୮ ଟଙ୍କା ଜିଲା ପ୍ରଶାସନକୁ ପ୍ରଦାନ କରାଯାଇଛି। ସୋମବାର ପୂର୍ବାହ୍ନରେ କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କାର୍ୟ୍ୟାଳୟ ପକ୍ଷରୁ କୁହାଯାଇଛି। ସମ୍ପ୍ରତି କ୍ଷତିଗ୍ରସ୍ତଙ୍କୁ ପଲିଥିନ୍‌ ଯୋଗାଇ ଦିଆଯାଇଥିବାବେଳେ ଆଶ୍ରୟ ସ୍ଥଳରେ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ରବିବାର ରାଜସ୍ବ ମନ୍ତ୍ରୀ ରିଲିଫ୍‌ କ୍ୟାମ୍ପ୍‌ରେ ଆଶ୍ରୟ ନେଇଥିବା ଲୋକଙ୍କୁ ଭେଟିବା ସହ ସ୍ଥିତି ସମୀକ୍ଷା କରିଛନ୍ତି। ସୋମବାର ସୁଦ୍ଧା କ୍ଷତିଗ୍ରସ୍ତ ପରିବାରକୁ ଗୃହ ମରାମତି, ଆବଶ୍ୟକ ଲୁଗାପଟା, ବାସନକୁସନ ପାଇଁ ଆର୍ଥିକ ସହାୟତା ଯୋଗାଇଦେବାକୁ ମନ୍ତ୍ରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ରବିବାର ମୟୂରଭଞ୍ଜର କ୍ଷତିଗ୍ରସ୍ତ ଅଞ୍ଚଳ ଗସ୍ତ କରିଛନ୍ତି। ସେ ବାଙ୍ଗିରିପୋଷି ବ୍ଲକର ସୋରାସପୋଷି, ହାଣଦା, ସିଲପୁଞ୍ଜି, ମଣଦା, ମହୁଲବରେଇ ଓ ବିଶୋଇ ବ୍ଲକର ମୂଷାମାରି, ପୁଣ୍ଡିଦା, ଖଡମବୋ, ସାରସପଡ଼ା, କେଶରଗଡ଼ିଆ ଆଦି ସ୍ଥାନ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ପୂଜାରୀ କହିଛନ୍ତି, କାଳବୈଶାଖୀ ପ୍ରଭାବରେ କ୍ଷତିଗ୍ରସ୍ତ ଘର ମରାମତି ପାଇଁ ଆବଶ୍ୟକ କ୍ଷତିପୂରଣ ୨୪ଘଣ୍ଟାରେ ଯୋଗାଇ ଦିଆଯିବ ଓ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା କ୍ଷତିଗ୍ରସ୍ତ ହିତାଧିକାରୀମାନଙ୍କୁ ମଧ୍ୟ ଅନ୍ତ୍ୟୋଦୟ ଆବାସ ଯୋଜନାରେ ଗୃହ ଯୋଗାଇ ଦିଆଯିବ ।
ରାଜସ୍ବ ମନ୍ତ୍ରୀ ପୂଜାରୀଙ୍କ ସହ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର ହେଲିକପ୍ଟର ଯୋଗେ ପ୍ରଥମେ ବାଙ୍ଗରିପୋଷିଠାରେ ପହଞ୍ଚିଥିଲେ। ସେଠାରୁ ବାଙ୍ଗିରିପୋଷି ପଞ୍ଚାୟତର ଚୁଆପାଣି, ମହୁଲବରେଇ ଓ କାଳିଆମୀ ଗାଁକୁ ଯାଇ ସ୍ଥିତି ପରଖିଥିଲେ। ପରେ ବିଶୋଇ ବ୍ଲକ୍‌ର ଖଡ଼ମବେଡ଼ା ଓ ଜୁଡ଼ିଆ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଥିଲେ। ପ୍ରାଥମିକ ଆକଳନ ଅନୁସାରେ ବାଙ୍ଗିରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର ମୋଟ ୧୯ଟି ଗ୍ରାମପଞ୍ଚାୟତର ୪୭ଟି ଗ୍ରାମର ୪୭୭୫ ଲୋକ କୁଆପଥର ଝଡ଼ ଯୋଗୁ ପ୍ରଭାବିତ ହୋଇଛନ୍ତି। ଏଥିରେ ୩୫୦ଟି କଚ୍ଚାଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ବେଳେ ୧୧ଟି କଚ୍ଚାଘର ଗୁରୁତର କ୍ଷତିଗ୍ରସ୍ତ ହୋଇଛି ଏବଂ ୨୯୫ଟି କଚ୍ଚାଘର ଆଂଶିକ ନଷ୍ଟ ହୋଇଛି। ୪ଟି ଗାଈ ଗୁହାଳ ମଧ୍ୟ ନଷ୍ଟ ହୋଇଛି।

  • Related Posts

    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading
    ବାଣିଶ୍ରୀ ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ

    ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବାଣିଶ୍ରୀ  ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ । ବୃତ୍ତି ଆବେଦନଗୁଡ଼ିକୁ ଶିକ୍ଷାନୁଷ୍ଠାନ ସ୍ତରରେ ବିଚାରକୁ ନେବା ପାଇଁ ୪୫ ଦିନର ସମୟସୀମା ଧାର୍ଯ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ