କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ଦାବି, ଜିଲ୍ଲାପାଳଙ୍କୁ ଦାବିପତ୍ର

ଦେବଗଡ଼:ଗତ ସୋମବାର ଦିନ ତିଲେଇବଣି ବ୍ଲକର ଢୋଲପଡା,ଦୁଧିଆନାଳୀ,ତାଳକୁଣ୍ଡି ପଂଚାୟତ ଏବଂ ବାରକ‌ୋଟ ବ୍ଲକର କଣ୍ଟାପାଲି, ଦନ୍ତାରିବାହାଳ,ରମ୍ଭେଇ ପଂଚାୟତରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲ‌ା। ପବନରେ ବିଦ୍ୟୁତ ଖୁଣ୍ଟ ସମେତ ବହୁ ଘରର ଆଜବେଷ୍ଟସ, ଛପର ଉଡ଼ିଯିବାସହ ବହୁ ପରିବାର ବାସହରା ହୋଇପଡ଼ିଥିଲେ। ଜିଲ୍ଲା ପ୍ରଶାସନ ଓ ରାଜସ୍ୱ ବିଭାଗ ପକ୍ଷରୁ ସେମାନଙ୍କର କ୍ଷତିପୂରଣ ଆକଳନ କରିବା ସହ ଆର୍ଥିକ ସହାୟତା ପ୍ରଦାନ ନିମନ୍ତେ ଜିଲ୍ଲା କୃଷକ ସଂଘ ପକ୍ଷରୁ ଦାବି କରାଯାଇଛି। ତେବେ ଏନେଇ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି। ଦାବି ପତ୍ର ପ୍ରଦାନବେଳେ ଜିଲ୍ଲା କୃଷକ ସଂଘର ସଭାପତି ପ୍ରମୋଦ ଝାଙ୍କର,ଉପସଭାପତି ବିଜୟ ପ୍ରଧାନ,ସମ୍ପାଦକ ସୁରେଶ ଚନ୍ଦ୍ର ଦେହୁରୀ,କମଳ ଲୋଚନ ବେହେରା ଓ ମଦନ ମୋହନ ବେହେରା ଉପସ୍ଥିତ ଥିଲେ।ଏହାସହିତ ତିଲେଇବଣି ବ୍ଲକର ସୁଗୁଡା ତଥା ଆଖପାଖ ଅଂଚଳରେ ହାତୀ ଉପଦ୍ରବ ଜାରି ରହିଥିବାବେଳେ ଏହାର ସ୍ଥାୟୀ ପ୍ରତିକାର କରିବା ପାଇଁ ସଂଘ ପକ୍ଷରୁ ଦାବି କରାଯାଇଛି।

  • Related Posts

    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading
    ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ; ବ୍ରିକ୍ସ ମଞ୍ଚରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୋହନ

    ପୁରୀ: ପ୍ରାୟ ୮,୩୦୧ କୋଟି ଟଙ୍କାର ବ୍ୟୟ ଅଟକଳରେ ରାମେଶ୍ୱରରୁ ପାରାଦୀପ ୧୬୦ କିଲୋମିଟର ବିଶିଷ୍ଟ କୋଷ୍ଟାଲ ଗ୍ରୀନଫିଲ୍ଡ ଉପକୂଳ ରାଜମାର୍ଗ ନିର୍ମାଣ ହେବ । ଏହି ଜାତୀୟ ରାଜପଥ ଓଡ଼ିଶାର ବିପର୍ଯ୍ୟୟ ପ୍ରସ୍ତୁତି ଏବଂ ମୁକାବିଲା କ୍ଷମତାକୁ ଯଥେଷ୍ଟ ଶକ୍ତିଶାଳୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ