କାଳବୈଶାଖୀ: ପ୍ରବଳ ଛେଚିବ

ଭୁବନେଶ୍ୱର: ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜ୍ୟରେ କମିବ ତାତି। ଆଶ୍ୱସ୍ତ ହେବେ ରାଜ୍ୟବାସୀ। ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ ଲାଇନ ପ୍ରଭାବରେ ଆସନ୍ତା ୨୦ରୁ ୨୬ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ମୁତାବକ ୨୦ ରୁ ୨୨ ତାରିଖ ଯାଏ କାଳେବଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବ । ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ପ୍ରଭାବରେ ରାଜ୍ୟକୁ ପ୍ରଚୁର ଜଳୀୟବାଷ୍ପ ପ୍ରବେଶ କରିବ।ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଃଚାପ ପ୍ରଭାବରେ ରାଜ୍ୟ ମଧ୍ୟକୁ ପ୍ରଚୁର ଜଳୀୟବାଷ୍ପ ପ୍ରବେଶ ଏବଂ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ସହ, ଉପରି ଭାଗରେ ନିମ୍ନ ଚାପ ରେଖାର ଉପସ୍ଥିତି ହିଁ କାଳବୈଶାଖୀ ପାଇଁ ଅତ୍ୟନ୍ତ ଅନୁକୂଳ ହେବ ।
ଯାହା ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ପରେ ଝଡ଼ ପବନ ସାଙ୍ଗକୁ ବର୍ଷା କରାଇବ। ଏହାସହ ଉପରିଭାଗରେ ନିମ୍ନ ଚାପରେଖାର ଉପସ୍ଥିତି କାଳବୈଶାଖୀ ପାଇଁ ଅତ୍ୟନ୍ତ ଅନୁକୂଳ ହେବ। ଫଳରେ ୧୯ରେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶର, ମୟୂରଭଞ୍ଜରେ ଝଡ଼ପବନ ସହ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ବାର୍ନିଂ ପାଣିପାଗ ବିଭାଗ ଜାରି କରିଛି।

  • Related Posts

    ୧୦ ପର୍ଯ୍ୟନ୍ତ କାଳବୈଶାଖୀ

    ଭୁବନେଶ୍ୱର: ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ…

    Continue reading
    ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ

    ଭୁବନେଶ୍ୱର: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ କୁଳପତି ନିଯୁକ୍ତି ଦିଆଯାଇଛି। ନୂତନ କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ