କାଳବୈଶାଖୀ : ୫ ତାରିଖ ଯାଏ ବର୍ଷା

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ଆସନ୍ତା ୫ ତାରିଖ ଯାଏ ବର୍ଷା ହେବ । ୩ ତାରିଖ ଯାଏ ବର୍ଷାର ଅଧିକ ସମ୍ଭାବନା ଅଛି । ୪ ଓ ୫ ତାରିଖରେ ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଆଶଙ୍କା ଅଛି । ପବନର ଝଟ୍‌କା ୪୦ରୁ ୫୦ କିମି ଛୁଇଁପାରେ। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବି ବର୍ଷା ଆଶଙ୍କା ଅଛି। ଗୁରୁବାର ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହୋଇପାରେ। ୨ ଓ ୩ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହିତ ବର୍ଷା ଓ ପବନ ହେବ । ଆସନ୍ତା ୪ ଦିନ ଦିନ ତାପମାତ୍ରା ଅପେକ୍ଷାକୃତ କମ୍‌ ରହିବ। ପରେ ତାତି ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମଙ୍ଗଳବାର କେନ୍ଦୁଝରରେ ୩୧.୨ମିମି ବର୍ଷା ହୋଇଛି । ଅନୁଗୁଳ, କେନ୍ଦୁଝର, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାରେ କୁଆପଥର ସହ ବର୍ଷା ହୋଇଛି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ