କାହାକୁ ‘ଧୃତରାଷ୍ଟ୍ର’ କହିଲେ ଶ୍ରୀମୟୀ

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ର । ସୋସିଆଲ ମିଡିଆରେ ‘ଧୃତରାଷ୍ଟ୍ର’ଙ୍କ ଉଦାହରଣ ଦେଇ ନିଶାନା କଲେ ଶ୍ରୀମୟୀ ମିଶ୍ର । କାହା ନାମ ନନେଇ ଶ୍ରୀମୟୀ ମିଶ୍ର ପରୋକ୍ଷରେ କଡ଼ା ଆକ୍ଷେପ କରିଛନ୍ତି ।

ସେ କହିଛନ୍ତି ଯେ ‘ଦ୍ରୌପଦୀଙ୍କୁ ଅପମାନ କରାଯାଉଥିବା ସଭାରେ ରାଜ୍ୟ ଧୃତରାଷ୍ଟ୍ର ଅଧ୍ୟକ୍ଷତା କରିଥିଲେ । ଅନ୍ୟାୟ ବିଷୟରେ ଜାଣି ମଧ୍ୟ ସେ ଏହି ଅପମାନ ରୋକିବାକୁ ଚେଷ୍ଟା କରିନଥିଲେ । ଧୃତରାଷ୍ଟ୍ରଙ୍କ ବିଶେଷତଃ ଦୁର୍ଯେ୍ୟାଧନଙ୍କ ପ୍ରତି ଅନ୍ଧ ପ୍ରୀତି ନୀରବ ରଖିଥିଲା । କିଛି ଲୋକ ଧୃତରାଷ୍ଟ୍ରଙ୍କ ପରି ଅନ୍ଧ, ଅନ୍ୟାୟ ରୋକିବାକୁ ପ୍ରୟାସ କରନ୍ତି ନାହିଁ । ଇତିହାସ ଏଭଳି ଅଯୋଗ୍ୟ ରାଜାଙ୍କୁ କେବେ କ୍ଷମା ଦେବ ନାହିଁ । କାରଣ ସେମାନଙ୍କ ନୀରବତା ଦୁଃଖଦ ପରିଣାମ ଆଣିଥାଏ ।’

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ଗତ ସାଧାରଣ ନିର୍ବାଚନରେ ଶ୍ରୀମୟୀ ମିଶ୍ର ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ବିଜେଡି ଟିକେଟରୁ ଲଢ଼ିବା ପାଇଁ ଆଶାବାଦୀ ଥିଲେ । ଏପରିକି ଟିକେଟ ପାଇଁ ଘୋଷଣାର ବହୁ ପୂର୍ବରୁ ସେ ନିଜର ପ୍ରଚାର କାର୍ଯ୍ୟ ଆରମ୍ଭ କରିଦେଇଥିଲେ । କିନ୍ତୁ ଶେଷ ସମୟରେ ତାଙ୍କୁ ନିରାଶ ହେବାକୁ ପଡ଼ିଥିଲା । ବିଜେଡି ତାଙ୍କୁ ଟିକେଟ ନଦେଇ ମନ୍ମଥ ରାଉତରାୟଙ୍କୁ ଟିକେଟ ଦେଇଥିଲା । ସେବେଠାରୁ ଶ୍ରୀମୟୀ ମିଶ୍ର ନିଜକୁ ଦଳୀୟ କାର୍ଯ୍ୟକଳାପ ଠାରୁ ଦୂରେଇ ରଖିଥିଲେ । ଏବେ ତାଙ୍କର ‘ଧୃତରାଷ୍ଟ୍ର’ ନିଶାନାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି ।

  • Related Posts

    ୧୬୯ ଜନଜାତି ଗୋଷ୍ଠୀକୁ ST ମାନ୍ୟତା ଦାବି ଦୋହରାଇଲେ ନବୀନ

    ଭୁବନେଶ୍ୱର: ଓଡ଼ିଶାର ୧୬୯ଟି ଜନଜାତି ଗୋଷ୍ଠୀକୁ ଅନୁସୂଚିତ ଜନଜାତି (ST) ତାଲିକାରେ ସାମିଲ କରିବା ଦାବି ଦୋହରାଇଛନ୍ତି ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ଦାବି ହାସଲ ପାଇଁ ବିଜେଡିର ଉଦ୍ୟମ…

    Continue reading
    ଆଦିବାସୀମାନଙ୍କ ଉନ୍ନତି ସାଧିତ କରିବା ବିଜୁ ଜନତା ଦଳର ଲକ୍ଷ୍ୟ: ବିଜେଡି

    ଭୁବନେଶ୍ୱର: ଜନଜାତିଙ୍କ ସଂସ୍କୃତି ଓ ପରମ୍ପରାକୁ ସମ୍ମାନ ଜଣାଇ ବିଜୁ ଜନତା ଦଳ ପକ୍ଷରୁ ଶଙ୍ଖ ଭବନରେ ବିଶ୍ୱ ଆଦିବାସୀ ଦିବସ ଏବଂ ମହାନ କ୍ରାନ୍ତି ଦିବସ ପାଳିତ ହୋଇଯାଇଛି । ବିଜୁ ଜନତା ଦଳର ଆଦିବାସୀ ସେଲ୍ର ଆବାହକତ୍ୱରେ ଆୟୋଜିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ