କୁକୁର କାମୁଡ଼ାରେ ଦୁଇ ମୃତ

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ତୁଷୁରା ଥାନା ଚିଞ୍ଚେଡ଼ ଗାଁରେ ଅଭାବନୀୟ ଘଟଣା । କୁକୁର କାମୁଡ଼ାରେ ଚାଲିଗଲା ଦୁଇ ଜୀବନ । ମୃତ ବ୍ୟକ୍ତି ଜଣେ ହେଲେ ହୃଷିକେଶ ରଣା ଓ ଅନ୍ୟ ଜଣେ ୩୩ ବର୍ଷ ଭିନ୍ନକ୍ଷମ ଯୁବକ ଜିଗେନ୍ଦ୍ର ଛାତ୍ରିଆ ବୋଲି ଜଣାପଡିଛି । ବଲାଙ୍ଗୀର ଜିଲ୍ଲା ତୁଷୁରା ଥାନା ଚିଞ୍ଚେଡ ଗାଁରେ ଦୁଇ ଜଣ ଯୁବକଙ୍କୁ କୁକୁର କାମୁଡ଼ି ଥିଲା । ଏହାପରେ ଉଭୟଙ୍କୁ ଚିକିତ୍ସା ନିମନ୍ତେ ବଲାଙ୍ଗୀର ଭିମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଅବସ୍ଥା ଗୁରୁତର ଥିବାରୁ ଗୁରୁତରଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ହେଲେ ସେଠାରେ ଉଭୟଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ଭିନ୍ନକ୍ଷମ ଥିବା ସୂଚନା ରହିଛି । ମୃତ ବ୍ୟକ୍ତି ହୃଷିକେଶ ରଣା ( ୪୮ ବର୍ଷ ) ଓ ଅନ୍ୟ ଜଣେ ହେଉଛନ୍ତି ୩୩ ବର୍ଷୀୟ ଭିନ୍ନକ୍ଷମ ଯୁବକ ଜିଗେନ୍ଦ୍ର ଛାତ୍ରୀଆ ବୋଲି ଜଣାପଡିଛି ।

  • Related Posts

    ନିଆଁ ଲାଗି ମହିଳା ମୃତ

    ଜଟଣୀ : ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ରଥୀପୁର ଗାଁରେ ଅଘଟଣ । ନିଆଁ ଲାଗି ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳାଙ୍କ ନାଁ ରୀନା ପ୍ରଧାନ ବୋଲି ଜଣାପଡିଛି । ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌…

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ୩ ଦିନିଆ ଓଡିଶା ଗସ୍ତରେ ଆସି ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ । ସେ ତିନି ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୧୫ ତାରିଖ ଦିନ…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ