କୁନି ଝିଅ ଉପରେ ଚଢ଼ିଗଲା ହାଇୱା

କଟକ: କଟକରେ ଆଜି ସକାଳେ ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ନିଜ ମଉସାଙ୍କ ସହ ଯାଉଥିବା ଜଣେ କୁନି ଝିଅ ଉପରେ ଚଢ଼ିଗଲା ହାଇୱା। ଏହି ଦୁର୍ଘଟଣା ଯୋବ୍ରା ବ୍ୟାରେଜ ନିକଟରେ ଘଟିଛି।ଆଜି ନୂଆବର୍ଷ ହୋଇଥିବା ବେଳେ ନିଜ ମଉସାଙ୍କ ସହ ବାଇକ୍‌ରେ ଖୁସି ମନରେ ବୁଲି ବାହାରିଥିଲା କୁନି ଝିଅଟି। ମାତ୍ର ଯୋବ୍ରା ବ୍ୟାରେଜ ନିକଟରେ ତାଙ୍କ ବାଇକ୍‌କୁ ଏକ ହାଇୱା ଧକ୍କା ଦେଇଥିଲା। ଫଳରେ ଭାରସାମ୍ୟ ହରାଇ ଉଭୟ ମଉସା, ଝିଆରୀ ତଳେ ପଡ଼ି ଯାଇଥିବା ବେଳେ କୁନି ଝିଅଟି ଉପରେ ମାଡ଼ି ଯାଇଛି ହାଇୱା। ଫଳରେ ଘଟଣାସ୍ଥଳରେ ପିଲାଟିର ମୃତ୍ୟୁ ହୋଇଥିବା ବେଳେ ତା’ ମଉସା ଗୁରୁତର ହୋଇ ପଡ଼ିଛନ୍ତି। ତାଙ୍କୁ ତୁରନ୍ତ କଟକ ଏସସିବିରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ଦେଖାଦେଇଥିବା ବେଳେ ଗାଡ଼ି ଚଳାଚଳ ବ୍ୟାହତ ହୋଇଛି। ମାଲଗୋଦାମ ଥାନା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ହାଇୱାକୁ ଜବତ ରଖିଛି।

  • Related Posts

    ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ

    ଭୁବନେଶ୍ୱର: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ କୁଳପତି ନିଯୁକ୍ତି ଦିଆଯାଇଛି। ନୂତନ କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ…

    Continue reading
    ୧୪ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି

    ଭୁବନେଶ୍ୱର: ପ୍ରାୟ ୬ମାସ ପରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୁଳପତି ନିଯୁକ୍ତି ପ୍ରଦାନ କରାଯାଇଛି। ରାଜ୍ୟପାଳ ତଥା କୁଳାଧିପତି ଡଃ ହରିବାବୁ କମ୍ଭମପାଟି ଆଜି ଏକସଙ୍ଗେ ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ ନାମ ଘୋଷଣା କରିଛନ୍ତି। ଲୋକଭବନ ପକ୍ଷରୁ ଜାରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ