କୁହୁଡ଼ି ତାଣ୍ଡବ: ସଡ଼କ ଦୁର୍ଘଟଣାରେ ୧୧ ମୃତ

​​​​​​​ଉତ୍ତରପ୍ରଦେଶ: ​​​​​​​ଉତ୍ତରପ୍ରଦେଶରେ କୁହୁଡ଼ିର ତାଣ୍ଡବ । କୁହୁଡ଼ି ଯୋଗୁଁ ଶନିବାର ସଡ଼କ ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ସିଦ୍ଧାର୍ଥନଗର, ପ୍ରତାପଗଡ଼, ସୁଲତାନପୁର, କାନପୁରରୁ ବାଗପତ, ବଦାୟୁଁରେ ସଡ଼କ ଦୁର୍ଘଟଣାରେ ଛୋଟ ପିଲାଙ୍କ ସମେତ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏଥିରେ ୯୫ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କ ମଧ୍ୟରେ ୪୦ ଜଣ ସ୍କୁଲ ପିଲା ମଧ୍ୟ ଅନ୍ତର୍ଭୁକ୍ତ, ଯେଉଁଥିରୁ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସେହିପରି ଶନିବାର ସକାଳେ ସିଦ୍ଧାର୍ଥନଗରର ଧେବରୁଆର ଜାତୀୟ ରାଜପଥ-୭୩୦ର ମଦରହିୟା ଗାଁ ନିକଟରେ ଘନ କୁହୁଡ଼ିରେ ସାଇକେଲ ଚଢ଼ୁଥିବା ଜଣେ ସ୍କୁଲ ପିଲାଙ୍କୁ ବଞ୍ଚାଇବାକୁ ଯାଇ ଦୁଇଟି ସ୍କୁଲ ଗାଡ଼ି ଓଲଟି ପଡ଼ିଥିଲା । ଦୁର୍ଘଟଣାରେ ଉଭୟ ଗାଡ଼ିରେ ଯାତ୍ରା କରୁଥିବା ୪୦ ଜଣ ପିଲା ଆହତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ମେଡିକାଲ କଲେଜକୁ ପଠାଯାଇଛି । ସକାଳ ୯ଟାରେ ଘଟିଥିବା ଏହି ଦୁର୍ଘଟଣାରେ, ଦର୍ଶଗା ଜାମିଆ ତୁସାଲିହାଟ ଇସଲାମିଆ ସ୍କୁଲ ଅକରହରାର ବସ୍ ଏବଂ ସନରାଇଜ୍ ପବ୍ଲିକ୍ ସ୍କୁଲ ତୁଲସିଆପୁରର ଭ୍ୟାନ୍ ଓଲଟି ପଡ଼ିଥିଲା ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ