କୃଷକଙ୍କୁ ପର୍ୟ୍ୟାପ୍ତ ବଜାର ସୁବିଧା ଆମର ପ୍ରାଥମିକତା :କେ ଭି ସିଂହଦେଓ

ଭୁବନେଶ୍ୱର: ଲୋକସେବା ଭବନରେ ଶୀତଳ ଭଣ୍ଡାର ଭିତ୍ତିଭୂମି ସୁଦୃଢ଼ୀକରଣ ଉପରେ ଏକ ବୈଠକ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । କୃଷି ଏକ ଅବିରତ ପ୍ରୟାସ । ଏହା ବର୍ଷସାରା ଲୋକଙ୍କୁ ଦାନା ଯୋଗାଇ ଦେବା ସହ ରୋଜଗାରର ସ୍ରୋତ ଯୋଗାଇ ଥାଏ । ଓଡ଼ିଶା ଏକ କୃଷି ପ୍ରଧାନ ରାଜ୍ୟ ସହ ପ୍ରାକୃତିକ ଖଣିଜ ସମ୍ପଦରେ ପରିପୂର୍ଣ୍ଣ । ଏହାର ସୁଦୀର୍ଘ ବେଳାଭୂମି ଏବଂ ସାମୁଦ୍ରିକ ପରିବହନ ବ୍ୟବସ୍ଥା ମଧ୍ୟ ସୁଦୃଢ଼ ହେଉଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି ।

ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଆହୁରି କହିଥିଲେ ଯେ, ପୂର୍ବରୁ ଖାଦ୍ୟ ନିଅଣ୍ଟିଆ ରାଜ୍ୟ ଓଡ଼ିଶା ବର୍ତ୍ତମାନ ଖାଦ୍ୟ ବଳକା ରାଜ୍ୟରେ ପରିଣତ ହୋଇଛି । ବର୍ତ୍ତମାନ ଏହାର ଫଳ, ପନିପରିବା ଏବଂ ଖାଦ୍ୟଶସ୍ୟ ବିଦେଶକୁ ରପ୍ତାନି ମଧ୍ୟ ହେଲାଣି । ବିଦେଶରେ ଓଡ଼ିଶାର ସୁବାସିତ ଚାଉଳ ଓ ପନିପରିବାର ଚାହିଦା ମଧ୍ୟ ଧୀରେ ଧୀରେ ବଢ଼ିବାରେ ଲାଗିଛି । କୃଷକଙ୍କୁ ପର୍ୟ୍ୟାପ୍ତ ବଜାର ସୁବିଧା ସହ ଉତ୍ପାଦର ଉଚିତ ମୂଲ୍ୟ ପ୍ରଦାନ, ବଳକା ଶସ୍ୟର ସୁରକ୍ଷା ଆମର ପ୍ରାଥମିକତା । ଏହାକୁ ଧ୍ୟେୟ କରି ରାଜ୍ୟର ପ୍ରତ୍ୟେକ ସବ ଡିଭିଜନରେ ଶୀତଳ ଭଣ୍ଡାର ନିର୍ମାଣ କରାଯିବା ପ୍ରକ୍ରିୟା ଜାରି ରହିଛି । ଏହା ଆମ ଚାଷୀ ଭାଇଭଉଣୀଙ୍କ ରୋଜଗାରରେ ବୃଦ୍ଧି ସହିତ ରାଜ୍ୟରେ ଦେଖା ଦେଉଥିବା କୃତ୍ରିମ ଅଭାବକୁ ଦୂର କରିବାରେ ସହାୟକ ହେବ ।

ଏହି ପରିପ୍ରେକ୍ଷୀରେ ରାଜ୍ୟରେ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ଏକ କମ୍ପାନୀ ତରଫରୁ ପ୍ରସ୍ତାବ ମଧ୍ୟ ଉପସ୍ଥାପନ ହୋଇଥିଲା । ବୈଠକରେ କୃଷି ନିର୍ଦ୍ଦେଶକ ଶ୍ରୀ ଶୁଭମ ସକ୍ସେନା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ ।

  • Related Posts

    କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

    ଭୁବନେଶ୍ୱର:କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ ସମସ୍ତ ସୁବିଧା ସୁଯୋଗ ପାଇବେ। ନିୟମିତ କର୍ମଚାରୀ ଲେଭଲ୍‌-ଭି (ଏ) ଦରମା ପିଛିଲା ଭାବେ ଅର୍ଥାତ୍‌…

    Continue reading
    ଏଣିକି ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ

    ଭୁବନେଶ୍ୱର: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ନୂଆ ଗାଇଡଲାଇନ ଅନୁସାରେ, ପୁରୀ ବେଳାଭୂମିରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ