କୃଷକଙ୍କୁ ପର୍ୟ୍ୟାପ୍ତ ବଜାର ସୁବିଧା ଆମର ପ୍ରାଥମିକତା :କେ ଭି ସିଂହଦେଓ

ଭୁବନେଶ୍ୱର: ଲୋକସେବା ଭବନରେ ଶୀତଳ ଭଣ୍ଡାର ଭିତ୍ତିଭୂମି ସୁଦୃଢ଼ୀକରଣ ଉପରେ ଏକ ବୈଠକ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । କୃଷି ଏକ ଅବିରତ ପ୍ରୟାସ । ଏହା ବର୍ଷସାରା ଲୋକଙ୍କୁ ଦାନା ଯୋଗାଇ ଦେବା ସହ ରୋଜଗାରର ସ୍ରୋତ ଯୋଗାଇ ଥାଏ । ଓଡ଼ିଶା ଏକ କୃଷି ପ୍ରଧାନ ରାଜ୍ୟ ସହ ପ୍ରାକୃତିକ ଖଣିଜ ସମ୍ପଦରେ ପରିପୂର୍ଣ୍ଣ । ଏହାର ସୁଦୀର୍ଘ ବେଳାଭୂମି ଏବଂ ସାମୁଦ୍ରିକ ପରିବହନ ବ୍ୟବସ୍ଥା ମଧ୍ୟ ସୁଦୃଢ଼ ହେଉଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି ।

ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଆହୁରି କହିଥିଲେ ଯେ, ପୂର୍ବରୁ ଖାଦ୍ୟ ନିଅଣ୍ଟିଆ ରାଜ୍ୟ ଓଡ଼ିଶା ବର୍ତ୍ତମାନ ଖାଦ୍ୟ ବଳକା ରାଜ୍ୟରେ ପରିଣତ ହୋଇଛି । ବର୍ତ୍ତମାନ ଏହାର ଫଳ, ପନିପରିବା ଏବଂ ଖାଦ୍ୟଶସ୍ୟ ବିଦେଶକୁ ରପ୍ତାନି ମଧ୍ୟ ହେଲାଣି । ବିଦେଶରେ ଓଡ଼ିଶାର ସୁବାସିତ ଚାଉଳ ଓ ପନିପରିବାର ଚାହିଦା ମଧ୍ୟ ଧୀରେ ଧୀରେ ବଢ଼ିବାରେ ଲାଗିଛି । କୃଷକଙ୍କୁ ପର୍ୟ୍ୟାପ୍ତ ବଜାର ସୁବିଧା ସହ ଉତ୍ପାଦର ଉଚିତ ମୂଲ୍ୟ ପ୍ରଦାନ, ବଳକା ଶସ୍ୟର ସୁରକ୍ଷା ଆମର ପ୍ରାଥମିକତା । ଏହାକୁ ଧ୍ୟେୟ କରି ରାଜ୍ୟର ପ୍ରତ୍ୟେକ ସବ ଡିଭିଜନରେ ଶୀତଳ ଭଣ୍ଡାର ନିର୍ମାଣ କରାଯିବା ପ୍ରକ୍ରିୟା ଜାରି ରହିଛି । ଏହା ଆମ ଚାଷୀ ଭାଇଭଉଣୀଙ୍କ ରୋଜଗାରରେ ବୃଦ୍ଧି ସହିତ ରାଜ୍ୟରେ ଦେଖା ଦେଉଥିବା କୃତ୍ରିମ ଅଭାବକୁ ଦୂର କରିବାରେ ସହାୟକ ହେବ ।

ଏହି ପରିପ୍ରେକ୍ଷୀରେ ରାଜ୍ୟରେ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ଏକ କମ୍ପାନୀ ତରଫରୁ ପ୍ରସ୍ତାବ ମଧ୍ୟ ଉପସ୍ଥାପନ ହୋଇଥିଲା । ବୈଠକରେ କୃଷି ନିର୍ଦ୍ଦେଶକ ଶ୍ରୀ ଶୁଭମ ସକ୍ସେନା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ ।

  • Related Posts

    ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

    ଭୁବନେଶ୍ୱର, ୦୮/୦୮: ଆଜି ଓଡ଼ିଶା ବିଧାନସଭାର ନୂତନ ୱବ୍‌ସାଇଟ୍‌ ଉନ୍ମୋଚିତ ହୋଇଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ଏହି େୱବ୍‌ସାଇଟ୍‌କୁ ଉନ୍ମୋଚନ କରି ବାଚସ୍ପତି…

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ଭୁବନେଶ୍ଵର, ୦୮ / ୦୮: ଅଗଷ୍ଟ ୩୧ରେ ପ୍ରତିବର୍ଷ ଭଳି ପାଳିତ ହେବାକୁ ଯାଉଛି ସ୍ୱାୟତ୍ତ ଶାସନ ଦିବସ । ଏହି ଉପଲକ୍ଷେ ଅଗଷ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାକ୍‌ ଉତ୍ସବ ପାଳନ ସ୍ୱରୂପ ୧୧୫ଗୋଟି ପୌରପାଳିକାରେ ସପ୍ତାହବ୍ୟାପୀ ବିଭିନ୍ନ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ତ୍ଵରିତ ପଦକ୍ଷେପ : ଦିନକରେ ଦିଆଗଲା ଦିବ୍ୟାଙ୍ଗ ପ୍ରମାଣପତ୍ର

    ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଏବଂ ବିକାଶ କାର୍ଯ୍ୟକ୍ରମ

    ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମୀକ୍ଷା କଲେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ

    State-level workshop on Mental Health held in Bhubaneswar