କେଜିରୁ ପିଜି ମାଗଣା ଶିକ୍ଷା କାର୍ଯ୍ୟକାରୀ;ଫେରସ୍ତ କରାଯିବ ନାମଲେଖା ଫି

ଭୁବନେଶ୍ୱର: ଗତ ୧ ତାରିଖରେ କେଜିରୁ ପିଜି ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ କ୍ୟାବିନେଟ୍ରେ ଅନୁମୋଦିତ ହୋଇଥିଲା । ବିଧିବଦ୍ଧ ଭାବେ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହାକୁ କାର୍ଯ୍ୟକାରୀ କରାଯାଇଛି ।ବର୍ତ୍ତମାନ ନାମଲେଖା ପର୍ବ ଚାଲିଥିବା ବେଳେ ଯୁକ୍ତ ଦୁଇରେ ନାମଲେଖା ଫି’କୁ ସଂପୂର୍ଣ୍ଣ ଭାବେ ମାଗଣା କରାଯାଇଛି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି । ସେହିପରି ଯୁକ୍ତ ତିନି ତଥା ସ୍ନାତକ ଏବଂ ସ୍ନାତକୋତ୍ତର (ପିଜି)ରେ ନାମଲେଖା ପାଇଁ ମଧ୍ୟ କୌଣସି ଫି’ ନିଆଯିବ ନାହିଁ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଏମିତି ସ୍ନାତକରେ ଚଳିତ ଶିକ୍ଷା ବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ ନାମଲେଖା ଫି’କୁ ମଧ୍ୟ ଫେରସ୍ତ କରାଯିବ ।
ବୁଧବାର ଯୁକ୍ତ ଦୁଇ ନାମଲେଖା ପାଇଁ ପ୍ରଥମ ମେଧା ତାଲିକା ପ୍ରକାଶ ପାଇଛି । ଏଥିରେ ଚୟନ ହୋଇଥିବା ଛାତ୍ରଛାତ୍ରୀଙ୍କ ଠାରୁ କୌଣସି ନାମଲେଖା ଫି’ ଗ୍ରହଣ କରାଯିବ ନାହିଁ । ଗଣଶିକ୍ଷା ବିଭାଗ ପକ୍ଷରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ହୋଇଥିବା ଚିଠିରେ ଉଲ୍ଲେଖ କରାଯାଇଛି, ଗଣଶିକ୍ଷା ବିଭାଗରେ ଚଳିତ ଶିକ୍ଷାବର୍ଷ (୨୦୨୬-୨୭)ରୁ ‘ଜ୍ଞାନୋଦୟ- ଶିକ୍ଷାରୁ ସମୃଦ୍ଧି’ ଯୋଜନାକୁ କାର୍ଯ୍ୟକାରୀ କରାଗଲା । ସମସ୍ତ ସରକାରୀ, ପୂର୍ଣ୍ଣ ଅନୁଦାନପ୍ରାପ୍ତ ଓ ନୂତନ ଅନୁଦାନପ୍ରାପ୍ତ ହାଇସ୍କୁଲରେ ନାମଲେଖା ପାଇଁ କୌଣସି ଫି ନିଆଯିବ ନାହିଁ । ସେହିପରି ସରକାରୀ ଓ ଅନୁଦାନପ୍ରାପ୍ତ (୪୪୮ ଓ ୬୬୨) ଉଚ୍ଚ ମାଧ୍ୟମିକ ସ୍କୁଲ ଅର୍ଥାତ୍ ଯୁକ୍ତ ଦୁଇ କଲେଜରେ ନାମଲେଖା ପାଇଁ କୌଣସି ଫି ଗ୍ରହଣ କରାଯିବ ନାହିଁ ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ