କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନଙ୍କୁ ହତ୍ୟା ଧମକ

କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟିର ସଭାପତି ଚିରାଗ ପାଶୱାନଙ୍କୁ ହତ୍ୟା ଧମକ ମିଳିଛି । ଡାକ ଯୋଗେ କେହି ଜଣେ ଚିଠି ଲେଖି ଏହି ହତ୍ୟା ଧମକ ଦେଇଛି । ଏହି ବେନାମୀ ଚିଠିରେ ସିଧା ସଳଖ ଉଲ୍ଲେଖ ରହିଛି, ‘ତୁମକୁ ଖୁବ୍ ଶୀଘ୍ର ହାର୍ଡକୋର ଆତଙ୍କବାଦୀମାନେ ହତ୍ୟା କରିବେ ।’ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତି ଏପରି ଧମକକୁ ଗୁରୁତ୍ୱର ସହ ନେଇଛି ତାଙ୍କ କାର୍ଯ୍ୟାଳୟ । ଶ୍ରୀ ପାଶୱାନଙ୍କ ଅଫିସ ପକ୍ଷରୁ କେନ୍ଦ୍ର ଗୃହ ସଚିବଙ୍କୁ ଚିଠି ଲେଖାଯାଇ ଆବଶ୍ୟକ ସୁରକ୍ଷା ଯୋଗାଇ ଦେବାକୁ ଅନୁରୋଧ କରାଯାଇଛି । ଚିଠି କିଏ ଲେଖିଛି, କେଉଁଠୁ ଆସିଛି, ଏବଂ ଏହି ଚିଠି ଲେଖିବା ପଛରେ କଣ ରହିଛି ଉଦ୍ଦେଶ୍ୟ, ତାହାର ତଦନ୍ତ କରିବାକୁ ଅନୁରୋଧ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପାଶୱାନଙ୍କୁ ଏବେ ‘ଜେଡ୍‌’ ସିକ୍ୟୁରିଟି ମିଳୁଛି ।

  • Related Posts

    ଚାକିରି ଛାଡ଼ିଲେ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ

    ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ ବର୍ଦ୍ଧମାନଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଅଭିନନ୍ଦନ ବାୟୁସେନାରୁ ତାଙ୍କ ସେବା ଛାଡି ବର୍ତ୍ତମାନ ଆଞ୍ଚଳିକ ବିମାନ କମ୍ପାନୀ Fly91ରେ ପାଇଲଟ ଭାବରେ ଯୋଗ ଦେଇଛନ୍ତି। ଏହା…

    Continue reading
    ଛାତିଥରା ଘଟଣା: ନାବାଳିକାଙ୍କୁ କାର୍ ଭିତରେ ଗଣବଳାତ୍କାର

    ପାଟନା: ବିହାରର ଔରଙ୍ଗାବାଦ ଜିଲା କୁଟୁମ୍ବା ଥାନା ଅଞ୍ଚଳରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ପୀଡ଼ିତା ଜଣକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ